ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏହି ସମୟ ମଧ୍ୟରେ ୩୯ ହଜାର ୭୦ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୩ ହଜାର ୯୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୬ ରହିଛି। ଅପରପକ୍ଷରେ ୪ ଲକ୍ଷ ୬ ହଜାର ୮୨୨ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୭ ହଜାର ୮୬୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ କୋଟି ୬୮ ଲକ୍ଷ ୧୦ ହଜାର ୪୯୨ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୫ ଲକ୍ଷ ୯୧ ହଜାର ୬୫୭ ଡୋଜ ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୮୩ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୮ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୦ ଲକ୍ଷ ୯୯ ହଜାର ୭୭୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୯ ଲକ୍ଷ ୩୪ ହଜାର ୪୫୫ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri