ଦୈନିକ ମୃତ୍ୟୁ ସଂଖ୍ୟା ୩୧, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧ ହଜାର ୬୭୫ ରେ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୧ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୮୪୧ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୬୩୫ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୪୯୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୪୦ ହଜାର ୬୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୭୩୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୨ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ କେରଳରେ ୪୮୨ ଜଣ, ଦିଲ୍ଲୀରେ ୨୬୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି  ମହାରାଷ୍ଟ୍ରରେ ୨୦୮ ଜଣ,  ହରିୟାଣାରେ ୧୬୧ ଜଣ, ଉତ୍ତରପ୍ରଦେଶରେ ୧୨୨ ଜଣ, କର୍ନାଟକରେ ୧୦୭  ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri