Posted inRasifala

ରାଶିଫଳ: ଶୁକ୍ରବାର, ମେ ୧୪ ତାରିଖ – Daily Horoscope

ମେଷ
ସାମାଜିକ ସ୍ତରରେ ଦୂରଦର୍ଶିତା ଅଭାବରୁ କେତେକ ଭୁଲ୍‌କୁ ପ୍ରଶ୍ରୟ ଦେଇପାରନ୍ତି। ବନ୍ଧୁଙ୍କ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଯୋଗିତାରେ ଆଂଶିକ ସଫଳତା ପାଇବେ। ଅଫିସ୍‌ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ।
ବୃଷ
ବୃଷ
ସନ୍ତାନ ହେତୁକ ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି। ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ସମସ୍ୟା ମଧ୍ୟରେ ମନରେ ସବୁବେଳେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚାନ୍ତ ଚିନ୍ତାକୁ ବଢାଇ ଦେବ। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଋଣ ପରିଶୋଧ ସକାଶେ ବ୍ୟଗ୍ରତା ପ୍ରକାଶ ପାଇବ। ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହା କି ଆପଣଙ୍କ ସକାଶେ ହିତକର ହେବ। କର୍ମକ୍ଷେତ୍ରରେ, ବ୍ୟବସାୟରେ, ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତାରୁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହି ପାରିବେ ନାହିଁ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇଦେଇପାରେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।
ସି˚ହ
ସି˚ହ
ସମସ୍ୟା ଲାଗି ରହିଥିଲେ ମଧ୍ୟ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ସଫଳତା ପାଇବେ। ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ତଥାପି ଏକା ସଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ହୋଇପାରନ୍ତି।
କନ୍ୟା
ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନକୁ ଭାରାକ୍ରାନ୍ତ କରିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜା, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ ଉଠିପାରେ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ରାଜନୀତିର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ବିଛା
ବିଛା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବାରୁ ବିବ୍ରତ ହେବେ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଅସୁବିଧା ହେବନି।
ଧନୁ
ଧନୁ
ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ, ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସୀ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ଆଜି ଦିନରେ ଯାହା କରିବା ସକାଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥା ମାନି କାମ କଲେ ଭଲ ହେବ। ଅସମର୍ଥିତ ସୂତ୍ରରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମଗୁଡିକ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ସହକର୍ମୀଟି ସହ ବିବାଦ ବୃଦ୍ଧି ହୋଇପାରେ। ଆତ୍ମୀୟମାନେ ବିଶ୍ୱାସଘାତକତା କରି ସମସ୍ୟାକୁ ବଢାଇ ଦେଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢା ଓ ଜମିଜମା କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri