Posted inRasifala

ରାଶିଫଳ: ଶନିବାର , ଡିସେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜି କର୍ମାଧିପତିଙ୍କ ପ୍ରଭାବରୁ ସ୍ଥଗିତ କାମ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ନୀଚାଭିମୁଖୀ ମଙ୍ଗଳଜନିତ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ନୁହେଁ । ଜଳ, ତୈଳ, ବିଦ୍ୟୁତ୍‌, ଲୁହା, ଖାଡି, ସିମେଣ୍ଟ ବ୍ୟବସାୟରୁ ଲାଭବାନ ହେବେ। ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବାର ସୂଚନା ରହିଛି ।
ବୃଷ
ବୃଷ
ଭ୍ରାତୃକାରକ ମଙ୍ଗଳ ହେତୁ ନିଜର ସମ୍ପର୍କୀୟ ମାନଙ୍କ ସହଯୋଗରୁ ଉପକୃତ ହେବେ। ପଡ଼ୋଶୀଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାମ ହୋଇଯିବ।
ମିଥୁନ
ମିଥୁନ
ଧନାଧିପ ରାଶିରେ ଧନାଗମକୁ ସହଜ ଓ ସରଳ କରାଇବେ। କଠିନ ଶ୍ରମ ଓ ପ୍ରତ୍ୟୁତ୍ମନମତିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିପାରିବେ । ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
କର୍ମାଧିପ ଏକାଦଶସ୍ଥ ଯୋଗୁ କାର୍ଯ୍ୟସିଦ୍ଧି ଘଟିବା ସହ ସମ୍ମାନଜନକ ସ୍ଥିତିରେ ପହଞ୍ଚତ୍ବେ। ଖଳଲୋକମାନଙ୍କ ଦ୍ୱାରା ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ଘର କଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ନିଜ ପରିସରରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ସି˚ହ
ସି˚ହ
କେତୁଙ୍କ କୁପ୍ରଭାବରୁ ଭାଇ, ବନ୍ଧୁଙ୍କ ସହ ସୁସମ୍ପର୍କ ରହି ନ ପାରେ। ଏହାସଙ୍ଗକୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମ ଅଥବା କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। କେହି ଅଜଣା ବ୍ୟକ୍ତି ଅଚାନକ ସହାୟତାର ହାତ ବଢ଼ାଇବେ। ପରିବାରରୁ ପୂର୍ଣ୍ଣ ସହଯୋଗ ମିଳିବ।
କନ୍ୟା
ପାପମଧ୍ୟସ୍ଥ ବୁଧଙ୍କ କାରଣରୁ ସ୍ବାସ୍ଥ୍ୟରେ ସମାନ୍ୟ ବ୍ୟତିକ୍ରମ ଦେଖାଦେବ। ମୂଲ୍ୟବାନ ଜିନିଷ ଅଥବା ସୁନା ଜିନିଷ କିଣାବିକାରେ ଠକାମିରେ ପଡ଼ିପାରନ୍ତି। ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବ ଏବଂ ତାହାଠାରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଅବଶ୍ୟ ଇଚ୍ଛା କରୁଥିବା ଜିନିଷଟି ଲାଭକରି ଖୁସି ହେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରସ୍ଥିିତିବଶତଃ ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ। ବାଣିଜ୍ୟ, ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ପରାମର୍ଶରେ ଦେବଦର୍ଶନ ଓ ଭ୍ରମଣ ସକାଶେ ମନ ବଳାଇପାରନ୍ତି।
ବିଛା
ବିଛା
ରବିଙ୍କ ପ୍ରଭାବରେ କର୍ମମୁଖର ହେବେ ଏବଂ କୌଣସି ନୂତନ କାର୍ଯ୍ୟପନ୍ଥା ଗ୍ରହଣ କରିପାରନ୍ତି। ରଚନାତ୍ମକ କାର୍ଯ୍ୟ, ଗବେଷଣା, ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡି ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ବୁଧଙ୍କ ଆଶୀର୍ବାଦରୁ ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଆଜି ଯେ କୌଣସି ପ୍ରତିଯୋଗିତାରେ ଯୋଗଦେଲେ ସଫଳତା ହାସଲ କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ମଧ୍ୟ ସଫଳ ହେବେ। ପଡ଼ୋଶୀ କିମ୍ବା ବନ୍ଧୁଙ୍କ ସମର୍ଥନରୁ କାର୍ଯ୍ୟ ହାସଲ କରିବେ।
ମକର
ମକର
ଭଲ ଓ ମନ୍ଦର ମିଶ୍ରିତ ପ୍ରଭାବ ମଧ୍ୟରେ ଦିନଟି ଅତିବାହିତ ହେବ। ଅଟକି ରହିଥିବା କାମଗୁଡ଼ିକ ବନ୍ଧୁ ସୁବିଧାରେ କରାଇଦେଇ ପାରନ୍ତି। ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଶ୍ରବଣା ନକ୍ଷତ୍ର ସହଜରେ କାମ ହାସଲ କରିବେ।
କୁମ୍ଭ
କୁମ୍ଭ
ଗୁରୁ ଓ ଚନ୍ଦ୍ରଙ୍କ କୃପାରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ତଥାପି ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ
କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିବା ସମ୍ଭାବନା ରହିଛି। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ମନ ଖୁସି ରହିବ । ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳିଯାଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri