Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଶନି ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ ଅ-ନାମାକ୍ଷର ବ୍ୟକ୍ତିମାନେ ଅଳସୁଆ ହୋଇପାରନ୍ତି। କିନ୍ତୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନକୁ ବୁଝାଇବାରେ ସମର୍ଥ ହେବେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଆଜି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ ।
ବୃଷ
ବୃଷ
ପରିସ୍ଥିତି ଠିକ୍‌ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ଓ-ନାମାକ୍ଷର ବ୍ୟକ୍ତିଙ୍କ ସାଧାରଣ କଥାରେ ମତାନ୍ତର ଘଟିପାରେ। ବାରମ୍ବାର ବିଫଳତାଜନିତ କାର୍ଯ୍ୟହାନି କାରଣରୁ ମନରେ ସବୁବେଳେ ଟେନ୍ସନ ଲାଗିରହିବ। ତଥାପି ବନ୍ଧୁମାନଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
କୁ-ନାମାକ୍ଷର ବ୍ୟକ୍ତିଙ୍କୁ ବିଭିନ୍ନ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସଭାସମିତି, କ୍ରୀଡ଼ା, କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
କର୍କଟ
କର୍କଟ
ଆଜି ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ଡ-ନାମାକ୍ଷର ବ୍ୟକ୍ତିମାନେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରିପାରିଲେ ଅବଶ୍ୟ ସଫଳତା ପାଇବେ। ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। କିନ୍ତୁ ମଘା ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଆଜି ଏକା ସାଙ୍ଗରେ ଅନେକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
କନ୍ୟା
ପ୍ରତ୍ୟେକ ପରିସ୍ଥିତିରେ କିଛିଟା ସମସ୍ୟା ଭିତର ଦେଇ ଗତି କରିବାକୁ ପଡ଼ିବ। ପୂ-ନାମାକ୍ଷର ବ୍ୟକ୍ତିଙ୍କ ଅଫିସରେ ସାଧାରଣ କଥାରେ ବିତର୍କ ସୃଷ୍ଟି ହେବ। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିବେ । ବିବାଦ ଓ ପରିବହନରେ କଳହ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ତୁଳା
ତୁଳା
ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ରହିଲେ ସମସ୍ୟା ସୃଷ୍ଟି ହୋଇପାରେ । ତ-ନାମାକ୍ଷର ବ୍ୟକ୍ତିଙ୍କ ମାନସିକ ଅଶାନ୍ତି ଲାଗିରହିବ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ର କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ବିଛା
ବିଛା
ଘର କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଳିଯିବା ହେତୁ ମନ ବିଚଳିତ ରହିବ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ବିଶାଖା ନକ୍ଷତ୍ର ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହେବେ। ପରିବହନ, ଆମଦାନୀ କାରବାର, କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ। ପୂର୍ବାଷାଢ଼ା ନକ୍ଷତ୍ର ଅର୍ଥ ସମ୍ପର୍କରୁ ମହିଳାମାନେ ଖୁସି ଅନୁଭବ କରିବେ।
ମକର
ମକର
ଆଜି ଘରୋଇ କଳହରୁ ମଧ୍ୟ ରକ୍ଷା ପାଇବା ସହ ସମସ୍ୟା ସମାଧାନ ହୋଇପାରିବ । ସାୟାହ୍ନରେ ପ୍ରିୟ ବନ୍ଧୁଙ୍କ ବିଷୟରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶ୍ରବଣା ନକ୍ଷତ୍ରର ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
କୁମ୍ଭ
କୁମ୍ଭ
ପରିବାରରେ କାହାର ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଘରର ଥିବା ଭୂ- ସମ୍ପତ୍ତିକୁ କେନ୍ଦ୍ରକରି ଶତଭିଷା ନକ୍ଷତ୍ରର କଳହ ସୃଷ୍ଟି ହେବ।
ମୀନମୀନ
କିଛି କରିବା ପୂର୍ବରୁ ପରିସ୍ଥିତି ଆପଣାଛାଏଁ ସମାଧାନ ହୋଇଯିବ। ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ । ଯାତ୍ରା, ବାଣିଜ୍ୟ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ଚ-ନାମାକ୍ଷର ବ୍ୟକ୍ତି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି କାମ କରିବା ଭଲ । କୌଣସି ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ ଆଗାମୀ ସମୟ ପାଇଁ କାମକୁ ଆସିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri