Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଶନି ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ ଅ-ନାମାକ୍ଷର ବ୍ୟକ୍ତିମାନେ ଅଳସୁଆ ହୋଇପାରନ୍ତି। କିନ୍ତୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନକୁ ବୁଝାଇବାରେ ସମର୍ଥ ହେବେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଆଜି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ ।
ବୃଷ
ବୃଷ
ପରିସ୍ଥିତି ଠିକ୍‌ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ଓ-ନାମାକ୍ଷର ବ୍ୟକ୍ତିଙ୍କ ସାଧାରଣ କଥାରେ ମତାନ୍ତର ଘଟିପାରେ। ବାରମ୍ବାର ବିଫଳତାଜନିତ କାର୍ଯ୍ୟହାନି କାରଣରୁ ମନରେ ସବୁବେଳେ ଟେନ୍ସନ ଲାଗିରହିବ। ତଥାପି ବନ୍ଧୁମାନଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
କୁ-ନାମାକ୍ଷର ବ୍ୟକ୍ତିଙ୍କୁ ବିଭିନ୍ନ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସଭାସମିତି, କ୍ରୀଡ଼ା, କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
କର୍କଟ
କର୍କଟ
ଆଜି ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ଡ-ନାମାକ୍ଷର ବ୍ୟକ୍ତିମାନେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରିପାରିଲେ ଅବଶ୍ୟ ସଫଳତା ପାଇବେ। ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। କିନ୍ତୁ ମଘା ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଆଜି ଏକା ସାଙ୍ଗରେ ଅନେକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
କନ୍ୟା
ପ୍ରତ୍ୟେକ ପରିସ୍ଥିତିରେ କିଛିଟା ସମସ୍ୟା ଭିତର ଦେଇ ଗତି କରିବାକୁ ପଡ଼ିବ। ପୂ-ନାମାକ୍ଷର ବ୍ୟକ୍ତିଙ୍କ ଅଫିସରେ ସାଧାରଣ କଥାରେ ବିତର୍କ ସୃଷ୍ଟି ହେବ। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିବେ । ବିବାଦ ଓ ପରିବହନରେ କଳହ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ତୁଳା
ତୁଳା
ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ରହିଲେ ସମସ୍ୟା ସୃଷ୍ଟି ହୋଇପାରେ । ତ-ନାମାକ୍ଷର ବ୍ୟକ୍ତିଙ୍କ ମାନସିକ ଅଶାନ୍ତି ଲାଗିରହିବ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ର କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ବିଛା
ବିଛା
ଘର କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଳିଯିବା ହେତୁ ମନ ବିଚଳିତ ରହିବ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ବିଶାଖା ନକ୍ଷତ୍ର ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହେବେ। ପରିବହନ, ଆମଦାନୀ କାରବାର, କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ। ପୂର୍ବାଷାଢ଼ା ନକ୍ଷତ୍ର ଅର୍ଥ ସମ୍ପର୍କରୁ ମହିଳାମାନେ ଖୁସି ଅନୁଭବ କରିବେ।
ମକର
ମକର
ଆଜି ଘରୋଇ କଳହରୁ ମଧ୍ୟ ରକ୍ଷା ପାଇବା ସହ ସମସ୍ୟା ସମାଧାନ ହୋଇପାରିବ । ସାୟାହ୍ନରେ ପ୍ରିୟ ବନ୍ଧୁଙ୍କ ବିଷୟରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶ୍ରବଣା ନକ୍ଷତ୍ରର ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
କୁମ୍ଭ
କୁମ୍ଭ
ପରିବାରରେ କାହାର ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଘରର ଥିବା ଭୂ- ସମ୍ପତ୍ତିକୁ କେନ୍ଦ୍ରକରି ଶତଭିଷା ନକ୍ଷତ୍ରର କଳହ ସୃଷ୍ଟି ହେବ।
ମୀନମୀନ
କିଛି କରିବା ପୂର୍ବରୁ ପରିସ୍ଥିତି ଆପଣାଛାଏଁ ସମାଧାନ ହୋଇଯିବ। ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ । ଯାତ୍ରା, ବାଣିଜ୍ୟ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ଚ-ନାମାକ୍ଷର ବ୍ୟକ୍ତି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି କାମ କରିବା ଭଲ । କୌଣସି ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ ଆଗାମୀ ସମୟ ପାଇଁ କାମକୁ ଆସିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri