Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ
ଗତକାଲିର ଟେନ୍‌ସନ ଆଜି କିିଛି ମାତ୍ରାରେ କମିଯିବ ଏବଂ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଓ ଏକ ପ୍ରକାର ମନୋବଳ ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ବୃଷ
ବୃଷ
ଆଜି ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଗତକାଲିଠାରୁ ମନରେ ଭାବୁଥିବା କାମଟି ଆଜି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପରିବହନ, ବ୍ୟବସାୟ,ବାଣିଜ୍ୟ,ଶିଳ୍ପ ଓ ଏଜେନ୍ସି ପରୁ ଖୁସି ରହିବେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନ କଲେ ସମସ୍ୟା ଭିତରକୁ ଟାଣି ହୋଇଯିବାକୁ ପଡ଼ିପାରେ ।
ମିଥୁନ
ମିଥୁନ
ଆର୍ଥିକ ଅଭିବୃଦ୍ଧି ଘଟିଲେ ମଧ୍ୟ ଆବଶ୍ୟକତା ପୂର୍ଣ୍ଣତା ଲାଭ କରିପାରିବନାହିଁ। ବ୍ୟବସାୟରେ ଉନ୍ନତି କଲେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟ ଦେଇ ଚଳିବାକୁ ପଡ଼ିବ । ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ଅପୂରଣୀୟ ଅଭିଳାଷଜନିତ ଅଧିକାଂଶ ସମୟ ମାନସିକ ଅସ୍ଥିରତା ମଧ୍ୟରେ କଟାଇବେ। କର୍ମକ୍ଷେତ୍ରରେ କଠୋର ପରିଶ୍ରମଜନିତ ସ୍ବାସ୍ଥ୍ୟହାନି ଘଟିପାରେ । ଆଜିର ଆଲୋଚନା ସମୟରେ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇନେଇପାରନ୍ତି। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ଏବଂ ଆନୁଷ୍ଠାନିକ କାମରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆର୍ଥିକ ସ୍ବଚ୍ଛଳତା ରହିବା କାରଣରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ। ତଥାପି ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି ନ ଚଳିଲେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବନ୍ଧୁଙ୍କ ପ୍ରରୋଚନାରେ ବିଳାସବ୍ୟସନ ଦିଗକୁ ମୁହଁାଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଗ୍ରଣୀ ଭୂମିକା ଗ୍ରହଣକରି ପ୍ରଶଂସିତ ହେବେ।
କନ୍ୟା
ସମସ୍ୟାଗୁଡ଼ିକ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ କେତେକ କାରଣରୁ ମନରେ ସରସତା ରହିବ ନାହିଁ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବା ଏକପ୍ରକାର ପରିସ୍ଥିତିକୁ ନିୟନ୍ତ୍ରଣ ମଧ୍ୟରେ ରଖିବ । ନିକଟସ୍ଥ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କେବଳ ତାହା କଥାରେ ହିଁ ସୀମିତ ରହିଯାଇପାରେ ।
ତୁଳା
ତୁଳା
ଆଜି ଇଚ୍ଛା ନ ଥିଲେ ମଧ୍ୟ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ । ପରିବହନ, ବ୍ୟବସାୟ ତଥା ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଅତ୍ୟଧିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧ କରି ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇବେ।
ବିଛା
ବିଛା
ସଂଯମ ଅଭାବରୁ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ହାତମୁଠାରୁ ସୁ୍‌ଯୋଗ ଖସିଯାଇପାରେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ନିଜ ପରିସରରେ ସମ୍ପର୍କୀୟଙ୍କ ଦ୍ୱାରା ଅସମ୍ମାନିତ ହେବାକୁ ପଡ଼ିବ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ।
ଧନୁ
ଧନୁ
ଅର୍ଥ ସଂଗ୍ରହରେ ତପତ୍ରତା ପ୍ରକାଶ କରିବେ ଏବଂ ଚେଷ୍ଟା ମଧ୍ୟ ବେକାର ଯିବ ନାହିଁ। ପାରିବାରିିକ ଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ। ସଙ୍ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହୋଇପାରନ୍ତି।
ମକର
ମକର
କୌଣସି ଭୁଲ୍‌ ଖବରକୁ ସତ୍ୟ ମନେକରି ଉତ୍‌କ୍ଷିପ୍ତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ ଅବଶ୍ୟ ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସାହିତ୍ୟ,କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଅତିରିକ୍ତ ଭ୍ରମଣ ହେତୁକ ସନ୍ଧ୍ୟାରେ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପାରିବାରିକ କ୍ଷେତ୍ରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଅଫିସ୍‌ କାମରେ ବିଳମ୍ବ ପାଇଁ କୈଫିୟତ୍‌ ଦେବାକୁ ପଡ଼ିପାରେ। କାନକୁହା କଥାକୁ ବିଶ୍ୱାସକରି ପାରିବାରିକ ଜୀବନରେ ଝଡ଼ ସୃଷ୍ଟିହେବା ଆଶଙ୍କା ରହିଛି। ବନ୍ଧୁଙ୍କ ସହାୟତାରେ ହଜିଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri