Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବା ପାଇଁ ନଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ, କିନ୍ତୁ ସମ୍ପୂର୍ଣ୍ଣଭାବରେ ନୁହେଁ। ଜଳ, ତୈଳ, ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ଅଶ୍ୱିନୀ ବିଳାସବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବାର ସୂଚନା ରହିଛି।
ବୃଷ
ବୃଷ
ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ କିନ୍ତୁ ପଡ଼ୋଶୀଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାମ ହୋଇଯିବ। ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ବଢ଼ିଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ଫଳରେ ଟେନ୍‌ସନ ଲାଗିରହିବ। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସଂଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଅଭାବ ଓ ଧାରକରଜ ହେତୁ ମନ ବେଶି ବିବ୍ରତ ରହିବ କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ। ମଘା ନକ୍ଷତ୍ର ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ।
କନ୍ୟା
ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ କିନ୍ତୁ ବିଶେଷ ଅସୁବିଧା ହେବନି। ସୁନା ଜିନିଷ କିଣାବିକାରେ ଠକାମିରେ ପଡ଼ିପାରନ୍ତି। ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବ ଏବଂ ତାହାଠାରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶକରିବେ।
ତୁଳା
ତୁଳା
ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ। ସାୟାହ୍ନରେ ସମସ୍ୟାର ସମାଧାନ ହୋଇଯିବ ଏବଂ ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ସମସ୍ୟାରେ ପଡ଼ି ବିରସ ମନରେ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। ମାତ୍ର ସାମାଜିକ ସ୍ତରରେ ତଥା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡ଼ି ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ
ଧନୁ
ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ବନ୍ଧୁ ଗହଣରେ ଯୋଡ଼ି ହୋଇଯିବ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତାରେ ସଫଳତା ହାସଲ କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଅଟକି ରହିଥିବା କାମ ବନ୍ଧୁ ସୁବିଧାରେ କରାଇ ଦେଇପାରନ୍ତି। ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ମୀନମୀନ
ପାରିବାରିିକ ପ୍ରତିରୋଧ ହେତୁ କାମଗୁଡ଼ିକ ଅଟକି ଯିବାରୁ ଖୁସି ହୋଇପାରିବେନି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମୟିକ ମନ ଖୁସି ରହିବ। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri