Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବା ପାଇଁ ନଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ, କିନ୍ତୁ ସମ୍ପୂର୍ଣ୍ଣଭାବରେ ନୁହେଁ। ଜଳ, ତୈଳ, ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ଅଶ୍ୱିନୀ ବିଳାସବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବାର ସୂଚନା ରହିଛି।
ବୃଷ
ବୃଷ
ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ କିନ୍ତୁ ପଡ଼ୋଶୀଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାମ ହୋଇଯିବ। ସାଧାରଣ କଥାରେ ବନ୍ଧୁ କ୍ଷୁବ୍ଧ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ବଢ଼ିଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ଫଳରେ ଟେନ୍‌ସନ ଲାଗିରହିବ। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସଂଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଅଭାବ ଓ ଧାରକରଜ ହେତୁ ମନ ବେଶି ବିବ୍ରତ ରହିବ କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ। ମଘା ନକ୍ଷତ୍ର ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ।
କନ୍ୟା
ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ କିନ୍ତୁ ବିଶେଷ ଅସୁବିଧା ହେବନି। ସୁନା ଜିନିଷ କିଣାବିକାରେ ଠକାମିରେ ପଡ଼ିପାରନ୍ତି। ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବ ଏବଂ ତାହାଠାରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶକରିବେ।
ତୁଳା
ତୁଳା
ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ। ସାୟାହ୍ନରେ ସମସ୍ୟାର ସମାଧାନ ହୋଇଯିବ ଏବଂ ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ସମସ୍ୟାରେ ପଡ଼ି ବିରସ ମନରେ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। ମାତ୍ର ସାମାଜିକ ସ୍ତରରେ ତଥା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡ଼ି ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ଧନୁ
ଧନୁ
ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ବନ୍ଧୁ ଗହଣରେ ଯୋଡ଼ି ହୋଇଯିବ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତାରେ ସଫଳତା ହାସଲ କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଅଟକି ରହିଥିବା କାମ ବନ୍ଧୁ ସୁବିଧାରେ କରାଇ ଦେଇପାରନ୍ତି। ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ମୀନମୀନ
ପାରିବାରିିକ ପ୍ରତିରୋଧ ହେତୁ କାମଗୁଡ଼ିକ ଅଟକି ଯିବାରୁ ଖୁସି ହୋଇପାରିବେନି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମୟିକ ମନ ଖୁସି ରହିବ। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri