Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୧୦ ତାରିଖ– Daily Horoscope

ମେଷ
ପୂର୍ବଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି । ଯେ କୌଣସି ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଶନିଙ୍କ କୁପ୍ରଭାବରୁ ଧନହାନି, ଜମିଜମା କଳହ ଓ ସ୍ବାସ୍ଥ୍ୟହାନି ଆଶଙ୍କା ରହିଛି। ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ବୃଷ
ବୃଷ
ପରିବାରର ବିଭିନ୍ନ ବ୍ୟୟ ବରାଦର ଭରଣା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବନ୍ଧୁଙ୍କଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପାଇ ଖୁସି ହେବେ। ଗୁରୁବର୍ଗଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ।
ମିଥୁନ
ମିଥୁନ
ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ। ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅସ୍ଥିରତା ସଙ୍ଗକୁ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଗୁପ୍ତ ଶତ୍ରୁମାନଙ୍କ ସକ୍ରିୟତା ବୃଦ୍ଧି ହେତୁ ବ୍ୟସ୍ତ ରହି ପାରନ୍ତି। ମନ ବୁଝିଲା ଭଳି କଥା ବନ୍ଧୁମାନଙ୍କୁ କହି ଅନ୍ୟକୁ ଆପଣାର କରିପାରନ୍ତି। ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ ଏବଂ ପାରିବାରିକ ସମସ୍ୟା ସମାଧାନ ସକାଶେ ଚେଷ୍ଟିତ ହେବେ।
ସି˚ହ
ସି˚ହ
ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟରେ ବିଭିନ୍ନ କୌଶଳ ଅବଲମ୍ବନ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୁଅନ୍ତୁ ନାହିଁ। କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଙ୍କଟର ସମ୍ମୁଖୀନ ହେବେ। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ଆଜି ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ପରୋକ୍ଷ ଶତ୍ରୁତା ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି । ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହ ସଜ୍ଜାରେ ମନୋନିବେଶ କରିପାରନ୍ତି ।
ତୁଳା
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜିର ସକାଳୁଆ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ। ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହେବ। ସତର୍କରେ ନ ଚଳିଲେ ନିଜ ଲୋକମାନେ ଅପପ୍ରଚାର କରିପାରନ୍ତି। ପାରିବାରିକ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ଆଜି ଯେକୌଣସି କ୍ଷେତ୍ର ହେଉନା କାହିଁକି, ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ। ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
ପୂର୍ବ ଯୋଜନାଟିକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବାକୁ ପଡିପାରେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ନିଜ ଲୋକଙ୍କଠାରୁ ସମ୍ପର୍କ ହରାଇପାରନ୍ତି।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ପ୍ରଭାବରୁ ହସଖୁସିରେ ଦିନ କଟିବ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟହେବେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରିପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?