Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତାଦିରେ ସଫଳତା ପାଇବେ। ସାହିତ୍ୟାଲୋଚନା, ବିବାଦରେ ମଧ୍ୟସ୍ଥତା, ଋଣ ପରିଶୋଧରେ ସଫଳତା ହାସଲ କରିବେ।
ବୃଷ
ବୃଷ
ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରେ ସରକାରୀ ସ୍ତରରୁ ସହାୟତା ପାଇବେ। ପାରିବାରିକ ସ୍ତରରେ ଗୁରୁବର୍ଗଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ଲାଭକରି ନୂତନ କାମରେ ହାତଦେବେ। ପ୍ରଶାସନିକ ସ୍ତରରେ ଅଥବା କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କୃତ୍ତିକା ନକ୍ଷତ୍ର ମତଭେଦ କାରଣରୁ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
କର୍ମାରମ୍ଭରେ କିମ୍ବା ଆନୁଷ୍ଠାନିକ କାମରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଯାନବାହନରେ ସତର୍କ ନ ହେଲେ ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବ୍ୟାହତକରିବ। ପୁନର୍ବସୁ ପାରିବାରିକ ସ୍ତରରେ ସମସ୍ୟା ଓ ପ୍ରତିବନ୍ଧକକୁ ଯଥାସାଧ୍ୟ ପ୍ରତିହତ କରିପାରିବେ । ଦୀର୍ଘଦିନରୁ ଛିନ୍ନ ହୋଇଯାଇଥିବା ଭ୍ରାତୃସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ସାଙ୍ଗକୁ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଶ୍ଳେଷା ନକ୍ଷତ୍ର ସକାଶେ ଉଚ୍ଚବର୍ଗଙ୍କ ପୃଷ୍ଠପୋଷକତାରୁ କାର୍ଯ୍ୟସିଦ୍ଧର ଆଶା ରହିଛି । ଗୁପ୍ତ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧି ହେତୁ ସାମୟିକ ବ୍ୟସ୍ତ ରହିପାରନ୍ତି। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଋଣ ପରିଶୋଧର ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ସହାୟତାରେ ପାରିବାରିକ ଆବଶ୍ୟକତା ପୂରଣ କରିବେ। ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିବ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ଆଜିର ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବ। ପାରିବାରିକ କ୍ଷେତ୍ରରେ ସମସ୍ୟା ଯୋଗୁ ମାନସିକ ସ୍ତରରେ ଅଶାନ୍ତି ମନକୁ ବିଚଳିତ କରିବ। ପରୋକ୍ଷ ଶତ୍ରୁତା ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟିହେବ। ହସ୍ତା ନକ୍ଷତ୍ର ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ପାରିବାରିକ ଜୀବନରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ। ବ୍ୟବସାୟରେ ଅଭୁତପୂର୍ବ ସଫଳତା ହାସଲକରି ଋଣମୁକ୍ତ ହେବେ। ସ୍ବାତୀ ନକ୍ଷତ୍ର କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ରହିଲେ ସମସ୍ୟା ଆସିପାରେ। ଆପୋସ ଆଲୋଚନା ଦ୍ୱାରା ବନ୍ଧୁଙ୍କ ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜିର ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂରହୋଇଯିବ। ଜ୍ୟେଷ୍ଠା ନକ୍ଷତ୍ର ସକାଶେ ଈର୍ଷାପରାୟଣ ପାଖଲୋକ ଅପପ୍ରଚାର କରିପାରନ୍ତି । ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିବ।
ଧନୁ
ଧନୁ
ଆଜି ବୃଥା ତର୍କ ଓ ବିବାଦ କାରଣରୁ କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ବିଗିଡିଯିବ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। ମୂଳା ନକ୍ଷତ୍ର ଆଜିର ଦିନଚର୍ଯ୍ୟାରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ଲାଗିରହିବ। ପରିସ୍ଥିତିବଶତଃ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ବନ୍ଧୁଙ୍କ ଆକ୍ଷେପୋକ୍ତିରେ ଧୈର୍ଯ୍ୟହରା ନ ହୋଇ କାମ କରିଚାଲିଲେ ଉପକୃତ ହେବେ। ବନ୍ଧୁମାନଙ୍କ ହତାଦର ଓ ଦୁର୍ବ୍ୟବହାରରୁ ଅଶାନ୍ତ ରହିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ମତାନ୍ତରଜନିତ କେତେକ ସମସ୍ୟାର ସମ୍ମୁଖୀନ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ। ବ୍ୟବସାୟ, ବନ୍ଧୁସମ୍ପର୍କ, ଆଲୋଚନା, କ୍ରୟବିକ୍ରୟ କ୍ଷେତ୍ରରେ ସନ୍ତୋଷଜନକ ଫଳପାଇବେ। ଶତଭିଷା ନକ୍ଷତ୍ର ଆଗାମୀ ମାଙ୍ଗଳିକ କାମ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ମୀନମୀନ
ଅନ୍ୟମାନଙ୍କୁ ଆପଣାର କରିବା ସକାଶେ ବିଭିନ୍ନ ଉପାୟ ଅବଲମ୍ବନକରି କୃତକାର୍ଯ୍ୟ ହେବେ। ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଉତ୍ତରଭାଦ୍ରପଦ ନକ୍ଷତ୍ର ସକାଶେ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri