Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖାଦେଇପାରେ। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିବ। ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି।
ବୃଷ
ବୃଷ
ମଘା ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ସନ୍ଦେହୀ ମନ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି ଅଶାନ୍ତ ରହିବ। ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ ଓ ସଫଳତା ମଧ୍ୟ ମିଳିବାର ଆଶା ରହିଛି। କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁା, ଫଳରେ ସ୍ବାସ୍ଥ୍ୟହାନିର ଆଶଙ୍କାକୁ ଏଡିହେବ ନାହିଁ। ଯାତ୍ରା କାଳରେ କୌଣସି ଖଳଲୋକ ଦ୍ୱାରା ପ୍ରତାରିତ ହୋଇପାରନ୍ତି।
ମିଥୁନ
ମିଥୁନ
ଶନିଦୃଷ୍ଟ ବୁଧଙ୍କ ଯୋଗୁ ସ୍ବାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବାରୁ ମନ ଅଶାନ୍ତ ହୋଇପାରେ। ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନ୍ୟମାନଙ୍କ ସାହାଯ୍ୟ ନେଇ ସମ୍ପୂର୍ଣ୍ଣ କରିବେ। ପରୋକ୍ଷ ଶତ୍ରୁତା ସାମୟିକ ଭାବରେ ଟେନ୍ସନ ସୃଷ୍ଟି କରିବ। ପରିବାରରେ ପିଲାଙ୍କ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି।
କର୍କଟ
କର୍କଟ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର କାରଣରୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଭଡ଼ା ସୂତ୍ରରୁ କିମ୍ବା ଦୀର୍ଘ ଦିନରୁ ପାଉ ନ ଥିବା ବକେୟା ଟଙ୍କା ପାଇପାରନ୍ତି।
ସି˚ହ
ସି˚ହ
ରାଶିରେ ଜନ୍ମଚନ୍ଦ୍ର ପ୍ରଭାବରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ଚିନ୍ତା ପ୍ରକଟ କରିପାରନ୍ତି। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ। ଅବହେଳିତ କାମ ଜନିତ କର୍ମକ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
କନ୍ୟା
ଧନସ୍ଥାନରେ ରବି ଓ ବୁଧଙ୍କ ଯୋଗୁ ଆର୍ଥିକ ଅନଟନ ମାନସିକ ଦୁଶ୍ଚିନ୍ତାର କାରଣ ହେବ। ଅପେକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟିଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧିକ କିଛି ଆଶା କରି କିମ୍ବା ବନ୍ଧୁଙ୍କ କଥାରେ ଭରସା କରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳାଇପାରନ୍ତି।
ତୁଳା
ତୁଳା
ପୂର୍ବରୁ ପାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଜି ଅର୍ଥ ଓ ସମ୍ମାନ ପାଇବେ। ଆନୁଷ୍ଠାନିକ କାମରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। ଆଲୋଚନା କିମ୍ବା ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
କାର୍ଯ୍ୟବ୍ୟସ୍ତତା କାରଣରୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ପିଲାମାନଙ୍କ ଅସାବଧାନତା ଦ୍ୱାରା ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ପ୍ରେସ୍‌, ପବ୍ଲିକେଶନ, ସଭାସମିତି, ରାଜନୀତି, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବା ଭଲ ହେବ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମାଲୋଚିତ ହେବାକୁ ପଡିପାରେ। ଜମିଜମା କାରବାରଜନିତ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ବନ୍ଧୁମିଳନଜନିତ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ।
ମକର
ମକର
ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ନିକଟ ସମ୍ପର୍କୀୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ
ଆଶା କରୁଥିବା କୌଣସି ଶୁଭଖବର ପାଖ, ପଡୋଶୀଙ୍କ ନିକଟରୁ ପାଇ ଖୁସି ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାରମ୍ବାର ଅସଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ।
ମୀନମୀନ
କର୍ମକ୍ଷେତ୍ରରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମନାନ୍ତର ଦେଖାଦେଇପାରେ। ଅର୍ଥ ସଂଗ୍ରହର ପ୍ରଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ, ତଥାପି ଏଥିପାଇଁ ବହୁତ ଶ୍ରମ କରିବାକୁ ପଡିବ। କଳା, ସାହିତ୍ୟ, ସାମ୍ବାଦିକତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri