Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ
ପରିସ୍ଥିତିବଶତଃ ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ ତଥା ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେବ। ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳ ଲୋକଙ୍କ କଥାକୁ ସତ ମଣି ଦ୍ୱିଜା ନକ୍ଷତ୍ର ଘର ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ବୃଷ
ବୃଷ
ଆଜିର ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସପୂର୍ଣ୍ଣ କାମକୁ ଆତ୍ମୀୟଙ୍କ ସହାୟତାରେ ସମ୍ପୂର୍ଣ୍ଣ କରିବେ। କୃତ୍ତିକା ନକ୍ଷତ୍ର ସକାଶେ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି ତଥାପି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।
ମିଥୁନ
ମିଥୁନ
କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ ପୁନର୍ବସୁ ନକ୍ଷତ୍ରର କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସଫଳତା ପାଇବେ ନାହିଁ । ଉଚ୍ଚ ପଦାଧିକାରୀଙ୍କ ନିକଟରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ କାର୍ଯ୍ୟ ସାଧନରେ ନିଜ ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି। ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ ହେବେ। ନିର୍ମାଣାଧୀନ ଗୃହ, ରାସ୍ଥାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ। ଉତ୍ତରାଫାଲଗୁନୀ ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ। କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ଧାର କରଜ କରି ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି ।
କନ୍ୟା
ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ର ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ତୁଳା
ତୁଳା
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିପାରନ୍ତି। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହେବାକୁ ପଡିପାରେ। ବିଶାଖା ନକ୍ଷତ୍ର ସାଂସ୍କୃତିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ବିଛା
ବିଛା
କୌଣସି କାର୍ଯ୍ୟସାଧନ କ୍ଷେତ୍ରରେ ଟେନ୍ସନ ଲାଗି ରହିବାରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରିଆସିବ। ଅନୁରାଧା ନକ୍ଷତ୍ର ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବାରେ ଗୁରୁଜନଙ୍କ ପୃଷ୍ଠପୋଷକତା ରହିବ। ସଭାସମିତିରେ ଆଲୋଚନା ପରିପ୍ରେକ୍ଷୀରେ ସ୍ବାମୀଙ୍କ ସହ ଏକମତ ହେବାକୁ ବାଧ୍ୟ ହେବେ।
ଧନୁ
ଧନୁ
ଆପଣଙ୍କର ପରାମର୍ଶ ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଉପରିସ୍ଥଙ୍କ ନିର୍ଦ୍ଦେଶରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ମୂଳା ନକ୍ଷତ୍ର ପ୍ରତିଯୋଗିତାରେ ସଫଳତା ହାସଲ କରିବା ସହ ବିବାଦୀୟ ଘଟଣାରେ ବିଜୟୀ ହେବେ।
ମକର
ମକର
କର୍ମକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜିବାରେ ସମର୍ଥ ହେବେ। ଧନିଷ୍ଠା ନକ୍ଷତ୍ର ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ, ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିଯିବ। ଅଫିସରେ ଟେନ୍ସନରେ ରହିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ସାହିତ୍ୟ, ସାମ୍ବାଦିକତା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। କଥା କଟାକଟି କାରଣରୁ ପରିବାରରେ ଅଶାନ୍ତି ସୃଷ୍ଟି ହେବାର ସମ୍ଭାବନାକୁ ଏଡି ହେବ ନାହିଁ। ପୂର୍ବଭାଦ୍ରପଦ ନକ୍ଷତ୍ର ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ
ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଉତ୍ତରଭାଦ୍ରପଦ ନକ୍ଷତ୍ର ପଡ଼ୋଶୀଙ୍କ ସହାୟତାରେ ଖୋଜୁଥିବା ଜିନିଷଟି ପାଇ ଖୁସି ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ...

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର...

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ...

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା...

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି...

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ...

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri