Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଦେବଗୁରୁଙ୍କ ନକ୍ଷତ୍ରସ୍ଥ ହେତୁ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିପାରନ୍ତି।
ବୃଷ
ବୃଷ

ଶନି ଦୃଷ୍ଟ ମଙ୍ଗଳ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଓ ଆକସ୍ମିକ କଳହର କାରଣ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ସମସ୍ୟା ଭିତରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହୋଇପାରନ୍ତି।

ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢି ବଢି ବଡ ଆକାର ଧାରଣ କରିବାର ସମ୍ଭାବନା ରହିଛି। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ବୃହସ୍ପତିଙ୍କ ପ୍ରଭାବରୁ ଶତ୍ରୁନାଶ, ଋଣ ପରିଶୋଧ ସଙ୍ଗକୁ ରୋଗପୀଡା ହ୍ରାସ ଘଟିବ। କର୍ମକ୍ଷେତ୍ରରେ ଅବହେଳା କାରଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କିନ୍ତୁ ଆପଣଙ୍କ ମଧୁରବଚନ ପ୍ରଭାବରୁ ସମସ୍ୟାର ସରଳ ସମାଧାନ ହୋଇଯିବ। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ରହିବା ଠିକ୍‌ ହେବ। ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିପାରେ। ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ସନ୍ତାନଙ୍କ କୃତିତ୍ୱ ପାଇଁ କିମ୍ବା ରଚନାତ୍ମକ କାମ ସକାଶେ ଗର୍ବ ଅନୁଭବ କରିବେ।
କନ୍ୟା
ବଳଶାଳୀ ବୁଧ ବୌଦ୍ଧିକତା ବୃଦ୍ଧି କରି ସାମାଜିକ ସ୍ତରରେ ସମ୍ମାନ ଓ ପ୍ରତିଷ୍ଠା ପ୍ରଦାନ କରିବେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି ଖୁସୀ ହୋଇପାରନ୍ତି।
ତୁଳା
ତୁଳା
କର୍ମାଧିପ ଭାଗ୍ୟସ୍ଥ ହେତୁ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ବିଛା
ବିଛା
ମୁଖଭାବରେ ବୃହସ୍ପତି ଥିବାରୁ ଔଚିତ୍ୟପୂର୍ଣ୍ଣ କଥା କହି ପ୍ରିୟଜନଙ୍କର ଶ୍ରଦ୍ଧାଭାଜନ ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ। ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ମୁହଁରେ ମଧୁରତା ପ୍ରକାଶ ପାଇଲେ ମଧ୍ୟ ମାନସିକ ସ୍ତରରେ ଅନ୍ୟମନସ୍କତା ଲାଗିରହିବ। ଆଲୋଚନା ପରିସରରେ, ସଭାରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର

ଆଜି ଶନିଙ୍କ ପ୍ରଭାବରୁ ଆପଣଙ୍କ କୌଣସି କାମ ଅଟକି ରହିବନାହିଁ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ହାସଲ କରିବେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଅତି ଭଲ ସମ୍ପର୍କ ରହିଥିବା ବ୍ୟକ୍ତିଟି ସହ ବାର୍ତ୍ତାଳାପ ପାଇଁ ମନ ଛଟପଟ ହୋଇପାରେ।

କୁମ୍ଭ
କୁମ୍ଭ
କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

ଅଷ୍ଟମସ୍ଥ ବୁଧ ଯୋଗୁ ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାଗୁଡିକୁ ସାମନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁଁ କାମଗୁଡିକ ସଂପନ୍ନ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ। ପାରସ୍ପରିକ ଭୁଲ୍‌ ବୁଝାମଣାରୁ ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri