Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ ସକାଶେ ଧାରକରଜ କରି କାମ ଚଳାଇନେବାକୁ ଚେଷ୍ଟା କରି ପାରନ୍ତି। ଦ୍ୱିଜା ନକ୍ଷତ୍ରର ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ନ ଚଳିଲେ କଳହ ଲାଗିପାରେ। କୃତ୍ତିକା ନକ୍ଷତ୍ର ସକାଶେ ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ମନର ବଳ ଟାଣ ରହିବ ଓ ଅଟକିଥିବା କାମ ଶେଷ କରିପାରିବେ। ପରିବାରରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବା ପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପୁନର୍ବସୁ ନକ୍ଷତ୍ର ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହୋଇପାରନ୍ତି। ଅଶ୍ଳେଷା ନକ୍ଷତ୍ର ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ବିଚଳିତ ହେବେ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଆତ୍ମୀୟମାନଙ୍କ ସହ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆଜି କୌଣସି ଖୁସି ଖବର ପାଇବାର ଆଶା ରହିଛି। ଏହା ସାଙ୍ଗକୁ ସନ୍ତାନଙ୍କ କୃତିତ୍ୱ ପାଇଁ ଗର୍ବ କରିବେ।
କନ୍ୟା
ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ର ଆଜି କୌଣସି ସମସ୍ୟା ବିଚଳିତ କରିପାରିବ ନାହିଁ। ସଭାସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରୁ ଆସିବା ବେଳକୁ ନିଜ ମନପସନ୍ଦର ଜିନିଷ କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖଶାନ୍ତି ଫେରାଇ ଆଣିବାର ପ୍ରଯତ୍ନ କରି ସଫଳ ହେବେ। ସ୍ବାତୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ। ବନ୍ଧୁଙ୍କ ପୂର୍ବପରି ଆଦର, ଶ୍ରଦ୍ଧା ଓ ଅନୁରାଗର ମନୋଭାବ ନ ଥିବା ଅନୁଭବ କରିପାରନ୍ତି। ରଚନାମତ୍କ କାମ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଏବଂ ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
ଗତକାଲିଠାରୁ ଯେଉଁ ବିଷୟ ଲାଗି ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନକରି ପ୍ରଶଂସିତ ହେବେ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ର, ଆଲୋଚନା ପରିସର ଏବଂ ଆଇନ ଅଦାଲତରେ ସ୍ଥଗିତ କାମ ପୂରା କରିବେ। ମୂଳା ନକ୍ଷତ୍ର ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ବକେୟା ଅର୍ଥ ଆଦାୟରେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି।
ମକର
ମକର
ଯେତେ ଚେଷ୍ଟାକଲେ ମଧ୍ୟ ସବୁ କାମ ବିଳମ୍ବରେ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିରକରି ଅସୁବିଧାର ସମ୍ମୁଖୀନ ହେବେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଧନିଷ୍ଠା ନକ୍ଷତ୍ରର କୌଣସି ମୂଲ୍ୟବାନ୍‌ ଜିନିଷ ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିପାରେ।
କୁମ୍ଭ
କୁମ୍ଭ
ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚେଷ୍ଟା କରୁଥିବା କାମ, ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲା, ଜମିଜମା ବିବାଦରେ ଉପକୃତ ହେବେ। ଅର୍ଥନୈତିକ ଅଭିବୃଦ୍ଧି, ବନ୍ଧୁମିଳନ, ଭ୍ରମଣ ଓ ବସ୍ତ୍ରଭୂଷଣ ଲାଭରୁ ଖୁସି ହେବେ। ଶତଭିଷା ନକ୍ଷତ୍ରର ଭ୍ରାତୃ ସମ୍ପର୍କ ବ୍ୟାହତ ହୋଇପାରେ।
ମୀନମୀନ

ପରିବାର ମଧ୍ୟରେ ବିଭିନ୍ନ ସମସ୍ୟାର ସାମ୍ନା କରି ନ ପାରି ବିବ୍ରତ ହେବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବନାହିଁ। ପାରଷ୍ପରିକ ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ରେବତୀ ନକ୍ଷତ୍ର ଆକସ୍ମିକ ଭାବରେ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭର ସୁଯୋଗ ଜୁଟିଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?