

ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। ଭାବପ୍ରବଣତାବଶତଃ ଅନ୍ୟମନସ୍କହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହୋଇପାରନ୍ତି। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ।








ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା,ଈର୍ଷାପରାୟଣ,ଅସୁସ୍ଥତା,ଓ ଅଭାବବୋଧ ଯୋଗୁ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାକୁ ମନସ୍ଥ କରିପାରନ୍ତି। ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ସମସ୍ୟା ବିଷୟ ଚିନ୍ତାକରି ଅନ୍ୟମନସ୍କ ରହିବେ।


ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ମାଙ୍ଗଳିକ କାମରେ ବ୍ୟସ୍ତ ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

