Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୧ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରାଇବେ। କର୍ମକ୍ଷେତ୍ରରୁ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟ ଓ ସହଯୋଗର ଅବାରିତ ଧାରା ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ ଊଣା ହେବନି। ପରିବାରରେ ଅଶାନ୍ତି ଦୂର ଲାଗି ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି।
ବୃଷ
ବୃଷ
ମାନସିକ ଅସ୍ଥିରତାରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇ ପାରନ୍ତି। କର୍ମକ୍ଷେତ୍ର ମନ୍ଦ ନ ହେଲେ ମଧ୍ୟ ଶାନ୍ତିପ୍ରଦ ହୋଇ ନ ପାରେ। ଅଫିସରେ ପରିସ୍ଥିତିକୁ ସ୍ବାଭାବିକ କରିବା ମାନସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ଯୋଗାଯୋଗ ଓ ସମ୍ପାଦନରେ ସୁଫଳ ପାଇବେ।
ମିଥୁନ
ମିଥୁନ
ବିଶେଷ ଝଡଝଞ୍ଜା ନ ଥାଇ ଦିନଟି ଏକ ପ୍ରକାର ଭଲରେ ଭଲରେ ଅତିବାହିତ ହେବ। ହସଖୁସୀ ଓ ମଜାମଉଜର ପରିବେଶ ମଧ୍ୟରେ ନିଜର ସ୍ଥିତିକୁ ମଧ୍ୟ ପାସୋରି ଦେଇପାରନ୍ତି। ଶୁଭେଚ୍ଛୁଙ୍କ ଦ୍ୱାରା ପ୍ରଶଂସା ପାଇବା ସମୟରେ ନିନ୍ଦୁକ ଗୋଷ୍ଠୀ କୁସତ୍ାରଟନା କରିପାରନ୍ତି। ବ୍ୟବସାୟ, ପ୍ଲଟିଂ କାରବାର କ୍ଷେତ୍ରରେ ସଫଳତା ପାଇବେ ନାହଁି।
କର୍କଟ
କର୍କଟ
।ଆଜି କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସମସ୍ୟା ବହୁଳ କରିପାରନ୍ତି। ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେନି। କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଅର୍ଥ ଅଭାବ ହେବ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯନତ୍ କରିବେ।
ସି˚ହ
ସି˚ହ
ଧୈର୍ଯ୍ୟର ସହ ପ୍ରତ୍ୟେକ ପରିସ୍ଥିତିର ସଫଳ ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସଭାସମିତିରେ ପ୍ରିୟଜନମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। କିଛି ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ଜମିଜମା, କଚେରି ମାମଲା, ପରିବହନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ଉପକୃତ ହେବ।
କନ୍ୟା
ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହି ନ ପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ। ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ଗାଡି, ମୋଟର, ଯାନ୍ତ୍ରିକ ଜିନିଷ କିମ୍ବା ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ତୁଳା
ତୁଳା
ପାରିବାରିିକ ପ୍ରତିରୋଧ କିମ୍ବା ବୃଦ୍ଧ ପିତାଙ୍କ ସ୍ବାସ୍ଥ୍ୟହାନି ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଅତି ନିକଟରେ ରହି ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ। ଅଫିସ୍‌ରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ।
ବିଛା
ବିଛା
ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ ସମୟଚକ୍ର ଦୁଃଖସୀମାକୁ ଆଜି ଅତିକ୍ରମ କରିପାରିବ ନାହିଁ। କିନ୍ତୁ ଅନୁରାଧା ନକ୍ଷତ୍ର କର୍ମ କ୍ଷେତ୍ରରେ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ସ୍ଥଗିତ କାମର ପୁନରୁଦ୍ଧାର କରିପାରନ୍ତି। ଦୀର୍ଘଦିନରୁ କ୍ଷୁଣ୍ଣ ହୋଇଥିବା ସମ୍ପର୍କ ପୁନଶ୍ଚ ଫେରି ପାଇବେ।
ଧନୁ
ଧନୁ
ସକାଳୁ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ମାନସିକ ସୁସ୍ଥତା ଅଭାବରୁ କୌଣସି ସୁଖଦ ପରିସ୍ଥିତି ମଧ୍ୟ ଉପଭୋଗ୍ୟ ହେବନାହିଁ। ପ୍ରକାଶନ, ପ୍ରଶାସନ, ରଚନାମତ୍କ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ। ପଡୋଶୀଙ୍କ ଶତ୍ରୁତା ମନୋଭବରେ କ୍ଷୁବ୍ଧ ହେବେ।
ମକର
ମକର
ପ୍ରତିରୋଧର ସାମ୍‌ନା କରି ନିଜର ଲକ୍ଷ୍ୟ ସାଧନ ଦିଗରେ ଅଗ୍ରସର ହେବେ। ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ମୁଗ୍ଧ କରିବେ। ଆର୍ଥିକ ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ଚିନ୍ତା କରିପାରନ୍ତି। ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ
କର୍ମକ୍ଷେତ୍ରରେ ସାମାନ୍ୟ ସୁଧାର ଆସିଲେ ମଧ୍ୟ ପାରିବାରିକ ସ୍ଥିତି ପୂର୍ବପରି ରହିବ। ଅଭାବ ନ ଥିଲେ ମଧ୍ୟ କ୍ରମଶଃ ଆବଶ୍ୟକତା ବୃଦ୍ଧି ପାଉଥିବାର ଅନୁଭବ କରିବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଭାସମିତିରେ ବନ୍ଧୁ ମିଳନରୁ ଆନନ୍ଦିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri