Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୧୨ ତାରିଖ – Daily Horoscope

ମେଷ
ଆଜି ଯାତ୍ରା କରିବେ କିନ୍ତୁ ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯାଇପାରେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, ତଥାପି ସେମିତି କିଛି ଅସୁବିଧା ହେବନି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବାର ଆଶା ରହିଛି।
ବୃଷ
ବୃଷ
ଆଜି ଦିନଟିରେ କର୍ମ କ୍ଷେତ୍ରରେ ଯାହାକୁ ଯାହା କହିଲେ ସେହି ବ୍ୟକ୍ତି ତାହାକୁ ଓଲଟା ଅର୍ଥରେ ଗ୍ରହଣ କରିବେ। ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ। ଧନପ୍ରାପ୍ତି ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।
ମିଥୁନ
ମିଥୁନ
ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିବେ। ବିରକ୍ତିକର କଥା କହି ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ
କର୍କଟ
ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମ୍‌ନା କରିବାର ସାହସ ରହିବ। ବନ୍ଧୁମାନଙ୍କ ପରାମର୍ଶରେ ନୂଆ ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବ, କିନ୍ତୁ ବନ୍ଧୁ ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେବେ।
ସି˚ହ
ସି˚ହ
ନିକଟ ସମ୍ପର୍କୀୟଙ୍କ ଅସନ୍ତୋଷଜନକ କାର୍ଯ୍ୟକଳାପ ନିଜପାଇଁ ସମସ୍ୟା ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଆଇନ ଅଦାଲତର ରାୟ ସପକ୍ଷରେ ଯିବାରୁ ସାମୟିକ ଖୁସି ରହିବେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସମସ୍ୟା ସୃଷ୍ଟି କରିବ। ପିଲାମାନଙ୍କ ସକାଶେ ଅନ୍ୟ ମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ। ଗୃହୋପକରଣ କିମ୍ବା ମୂଲ୍ୟବାନ୍‌ ସାମଗ୍ରୀ କ୍ରୟ କରିପାରନ୍ତି।
ତୁଳା
ତୁଳା
ଆଜି କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ହେତୁ ପରୋକ୍ଷ ଶତ୍ରୁତା ମଧ୍ୟ ସୃଷ୍ଟି ହେବ। ଆଜିର ଯାତ୍ରାରେ ସଫଳତା ପାଇବେ ଏବଂ ନୂତନ ବନ୍ଧୁସମ୍ପର୍କ ସ୍ଥାପିତ ହେବ। ପାରଷ୍ପରିକ ସହମତି ଜନିତ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଆଜି କର୍ମକ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କଲେ ଓଲଟା ଫଳ ପାଇପାରନ୍ତି। ଆପଣଙ୍କ କଥାଶୈଳୀର ପ୍ରଭାବରୁ ଦୂରେଇ ଯାଇଥିବା ଲୋକ ପାଖେଇ ଆସିବ। ପରିଜନଙ୍କ ସ୍ବାସ୍ଥ୍ୟାବସ୍ଥା ନିଜ ପାଇଁ ସମସ୍ୟାର କାରଣ ହୋଇପାରେ। ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି, ନୂତନ କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।
ଧନୁ
ଧନୁ
ପରୋକ୍ଷ ଶତ୍ରୁତାର ପ୍ରଭାବ ଫଳରେ କର୍ମକ୍ଷେତ୍ର ପ୍ରଭାବିତ ହୋଇପାରେ। ଅନ୍ୟମନସ୍କତା କିମ୍ବା ବିସ୍ମରଣ ଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଜୋର୍‌ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ମକର
ମକର
ଆଜି କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡ଼ା ଲାଗିପାରେ। ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
କୌଣସି ବ୍ୟକ୍ତିଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି କଳହ ଲାଗିପାରେ। ପାରିବାରିକ କ୍ଷେତ୍ରରେ ପୂର୍ବ ରାଗକୁ ନେଇ କାହା କଥାକୁ କିଏ ସମର୍ଥନ କରିବେ ନାହିଁ। କର୍ମକ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଯାତ୍ରାରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମୀନମୀନ
ଆଲୋଚନା ପରିସରରେ ସମ୍ପର୍କୀୟଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ। ଶାରୀରିକ ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ପରିବାରରେ ଅପ୍ରିୟ ସତକଥା କହି ସମାଲୋଚିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?