Posted inRasifala

ରାଶିଫଳ: ଶୁକ୍ରବାର , ଜାନୁୟାରୀ ୧୩ ତାରିଖ – Daily Horoscope

ମେଷ
ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରା ସଫଳ ହେବ ଏବଂ ମୂଲ୍ୟବାନ୍‌ ଜିନିଷ କ୍ରୟ କରିବାକୁ ଚାହିଁବେ। ପାରିବାରିକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ କାମକୁ ତ୍ୱରାନ୍ବିତ କରିବ। କଠିନଶ୍ରମ ଓ ଭ୍ରମଣଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ସଙ୍ଗୀତ, ଚଳଚ୍ଚିତ୍ର, ପ୍ରଶାସନ, ସଭାସମିତିର ଆଲୋଚନା କ୍ଷେତ୍ରରେ ଉପକୃତ ହେବେ।
ବୃଷ
ବୃଷ
ମଙ୍ଗଳଗ୍ରହ ମାଙ୍ଗଳିକ କାର୍ଯ୍ୟର ପ୍ରସ୍ତୁତି ପାଇଁ ଅନୁପ୍ରେରିତ କରିପାରନ୍ତି। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢ଼ିପାରେ। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌ସନ୍‌ ଦୂର ହେବ। କଳା ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶିକ୍ଷା, ପରୀକ୍ଷା, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। ବନ୍ଧୁଙ୍କ ନିକଟରେ ମନକଥା କହିବା ପରେ ମନସ୍ତାପ କରିବେ। ଶନିଙ୍କ ଭାଗ୍ୟସ୍ଥିତି ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପ୍ରେରଣା ଯୋଗାଇବ।
କର୍କଟ
କର୍କଟ
ଚତୁର୍ଥକେନ୍ଦ୍ରସ୍ଥ କେତୁ ପ୍ରଭାବରୁ ଆପଣଙ୍କ ମନୋଭାବକୁ ଅନ୍ୟମାନେ ସହଜରେ ବୁଝିପାରିବେ ନାହିଁ। ଦୀର୍ଘଦିନ ହେଲା ଯାହା ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ତାହା ନିଶ୍ଚିତ ଭାବେ ପାଇବେ। ଅଟକି ରହିଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରୁ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ରାହୁଙ୍କ କୁଦୃଷ୍ଟିରୁ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ସହକର୍ମୀ କିମ୍ବା ପଡ଼ୋଶୀ ସାହାଯ୍ୟ କରିବାକୁ ପଛେଇବେ, ଫଳରେ କେତେକ ସୁଯୋଗ ହାତଛଡା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ପସ୍ତାଇବେ।
କନ୍ୟା
ସହକର୍ମୀ କିମ୍ବା ମିତ୍ର ପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇବେ। ସମ୍ପର୍କୀୟମାନେ ସାଧାରଣ କଥାକୁ ଜଟିଳ ଭାବେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପକାଇ ପାରନ୍ତି। ଭ୍ରାତୃକାରକ ଗ୍ରହ ମଙ୍ଗଳ ତୃତୀୟକୁ ଦେଖୁଥିବାରୁ ସ୍ବାସ୍ଥ୍ୟସମସ୍ୟା କ୍ରମଶଃ କମି କମି ଯିବ। ବ୍ୟବସାୟିକ ସ୍ଥିତି ସନ୍ତୋଷଜନକ ହେବ।
ତୁଳା
ତୁଳା
ସ୍ବସ୍ଥାନପାଳ ଶନିଶ୍ଚରଜନିତ ପାରିବାରିକ ଅବସ୍ଥାରେ ଉନ୍ନତି ହେବ। ରାହୁଙ୍କ ସ୍ଥିତିରୁ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଆଜି ବିଭିନ୍ନ ସ୍ବ୍ୟାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କିତ ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବା ହେତୁ ଖୁସି ହେବେ।
ବିଛା
ବିଛା
ମୁଖଭାବରେ ରବି ଓ ବୁଧଜନିତ କାରଣରୁ ଆଜି ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ଆନୁଷଙ୍ଗିକ ସାହାଯ୍ୟ ଲାଭକରି ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରେଇବେ। ସାହିତ୍ୟ, ସାମ୍ବାଦିକତା, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ। ତଥାପି କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ
ଧନୁ
ଚନ୍ଦ୍ରଙ୍କ ସ୍ଥିତିର କୁପ୍ରଭାବଜନିତ କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ପରୋକ୍ଷ ଶତ୍ରୁତା ପ୍ରତ୍ୟୁଷ ଯାତ୍ରାକୁ ବିଳମ୍ବିତ କରିବ। ସାଂସ୍କୃତିକ କାମରେ ଯୋଗଦେବା ସକାଶେ ନିମନ୍ତ୍ରିତ ହୋଇପାରନ୍ତି।
ମକର
ମକର
କୌଣସି ଅସୁବିଧା ନ ଥିଲେ ମଧ୍ୟ ରାହୁ ପ୍ରଭାବରୁ ପାରିବାରିକ କ୍ଷେତ୍ର ଶାନ୍ତି ପ୍ରଦାୟକ ନ ହୋଇପାରେ। ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ଅବଶ୍ୟ ବନ୍ଧୁମାନଙ୍କ ସାହାଯ୍ୟ ନେବାକୁ ପଡିବ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କ ସମ୍ପର୍କ ବୃଦ୍ଧିରୁ ମନୋବଳ ବଢ଼ିବ। ଏକାଦଶ ରବି ଓ ବୁଧ ହେତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣରେ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ଅସହଯୋଗ ସମସ୍ୟା ସୃଷ୍ଟି କରିବ। ସଭାସମିତି ଓ ମାଙ୍ଗଳିକ କାମ ସକଶେ ଅନ୍ୟର ସାହାଯ୍ୟ ଲୋଡିବାକୁ ବାଧ୍ୟ ହେବେ।
ମୀନମୀନ
ଗ୍ରହ ପ୍ରଭାବରୁ କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ିପାରନ୍ତି। ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ ା ବ୍ୟବସାୟ, ପରିବହନ ଓ ଯାତ୍ରା, ଆଲୋଚନା, ବନ୍ଧୁମିଳନରୁ ସୁଫଳ ପାଇବେ ା କୌଣସି ବନ୍ଧୁଙ୍କୁ ଅପେକ୍ଷା କରି ମଧ୍ୟ ଦେଖା ପାଇବେ ନାହିଁ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ରାହୁ ଦୃଷ୍ଟ ଚନ୍ଦ୍ରଙ୍କ ହେତୁ ଅସ୍ଥିରତାଜନିତ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଆପଣଙ୍କ ଅଭିଳାଷ ପୂର୍ଣ୍ଣତା ଲାଭ କରିବ। କାର୍ଯ୍ୟସିଦ୍ଧି ଘଟିବା ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ...

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରରେ ନୀଚସ୍ଥ ମଙ୍ଗଳ ପାରିବାରିକ ଖର୍ଚ୍ଚ ବଢ଼ାଇବା ସହ ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ସହ ଆଲୋଚନା ମାନସିକ ଆଶ୍ୱସ୍ତି ପ୍ରଦାନ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଭୁଲ୍‌ ବୁଝାମଣାରୁ ଆଜି ପାରିବାରିକ ସ୍ଥିରତା ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର କିନ୍ତୁ ମନରେ ପ୍ରଫୁଲ୍ଲତା ଭରି ରହିବା ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଆପଣଙ୍କୁ ଭାବୁକ ବନାଇ ଦେଇପାରନ୍ତି। ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ। କିନ୍ତୁ ମଙ୍ଗଳଙ୍କ...

ରାଶିଫଳ: ରବିବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ୍‌ କାମରେ କେତେକ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। କୌଣସି ଆତ୍ମୀୟ ବ୍ୟକ୍ତିଙ୍କଠାରୁ...

ରାଶିଫଳ: ଶନିବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ପଦାଧିକାରୀଙ୍କ ଅନୁକମ୍ପାରୁ ଅର୍ଥନୈତିକ ଉତ୍କର୍ଷ ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ...

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ, ପରିବାର, ଯାନ ବାହନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ, ଆଲୋଚନା କ୍ଷେତ୍ର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri