Posted inRasifala

ରାଶିଫଳ:ଶନିବାର, ଜାନୁୟାରୀ ୨୧ ତାରିଖ – Daily Horoscope

ମେଷ
ବିଶିଷ୍ଟ ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସିବେ ଓ ସମ୍ମାନ, ପ୍ରତିଷ୍ଠା ମଧ୍ୟ ଲାଭ କରିବେ। ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
ପ୍ରତ୍ୟେକ କାମକୁ ସୁରୁଖୁରୁରେ କରାଇନେବେ କିନ୍ତୁ ସାମାନ୍ୟ ପ୍ରତିବନ୍ଧକ ମଧ୍ୟ ଲାଗି ରହିବ। ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢ଼ିପାରେ। କଳା ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। ପରିବହନ କ୍ଷେତ୍ରରେ, ପ୍ରଶାସନିକ ସ୍ତରରେ ସମସ୍ୟା ଆସିପାରେ।
ମିଥୁନ
ମିଥୁନ
ଆଜି ଶାରୀରିକ ସ୍ବାସ୍ଥ୍ୟ ସାଙ୍ଗକୁ ମାନସିକ ସ୍ଥିତି ମଧ୍ୟ ସେତେଟା ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବ, ତଥାପି କୌଣସି ଅସୁବିଧା ହେବନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଆଶଙ୍କା ଦେଖାଦେବ। ସରକାରୀ କ୍ଷେତ୍ରରୁ ଋଣସୂତ୍ରରେ ଅର୍ଥଲାଭର ଆଶା ରହିଛି।
କର୍କଟ
କର୍କଟ
ଗଜକେଶରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ପ୍ରତ୍ୟେକ କାମ ସହଜରେ ସମ୍ପନ୍ନ ହେବ। ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାକୁ ପାସୋରି ଦେବାରୁ ପରିବାରରେ ଉଚ୍ଚବାଚ ଘଟିବ। ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲିକେଶନ, ଆଲୋଚନାଦି କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସି˚ହ
ସି˚ହ
ପାରିବାରିକ ଅଶାନ୍ତି ମନ ଭିତରେ ଭରି ରହିଥିଲେ ମଧ୍ୟ କୌଣସି କାର୍ଯ୍ୟ ଅଟକି ରହିବ ନାହିଁ। ଆଜି ହଠାତ୍‌ କୌଣସି ନୂତନ ଯୋଜନାରମ୍ଭରେ ପ୍ରଥମେ ମୌଖିକ ଆଲୋଚନା କରିବା ଭଲ ହେବ। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ଅବହେଳା କାରଣରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
ଶନିଙ୍କ କୁପ୍ରଭାବରୁ ଆଜି ଯାହା କରିବାକୁ ଯୋଜନା କରୁଛନ୍ତି ତାହା ସଫଳ ହେବା କଷ୍ଟକର ହୋଇପାରେ। ସନ୍ଦେହୀ ମନୋଭାବ ହେତୁ କେତେକ ଅନାକାଂକ୍ଷିତ ସମସ୍ୟା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଭୁଲ୍‌ ବୁଝାମଣାବଶତଃ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ।
ତୁଳା
ତୁଳା
କେତେକ ଅପୂରଣୀୟ ଆଶା ମନରେ ଆଲୋଡ଼ନ ସୃଷ୍ଟି କରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି କରିବ। ଆଜି ଅଫିସରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ କିନ୍ତୁ ପରିସ୍ଥିତି ସରଗରମ ରହିବ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳିନେବେ। ମାଲିମକଦ୍ଦମା, ବନ୍ଧୁଙ୍କ ସହ ଆଲୋଚନା ମୂଲ୍ୟହୀନ ହୋଇ ନ ପାରେ।
ବିଛା
ବିଛା
ଯାହାକୁ ନିଜର ଭାବୁଛନ୍ତି, ଆପଣଙ୍କ ପ୍ରତିଷ୍ଠାରେ ସେ ଈର୍ଷାନ୍ବିତ ହେବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ କରିପାରିବେ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ରୋଗ ଯନ୍ତ୍ରଣା ତୀବ୍ର ହେବ କିନ୍ତୁ କିଛି କ୍ଷଣ ପରେ ଉପଶମ ହେବାର ସୂଚନା ରହିଛି।
ଧନୁ
ଧନୁ
ସବୁ ଭଲ ହେଲେ ମଧ୍ୟ କଥାର କଠୋରତା ସବୁ ବିଷୟକୁ ପିତା କରିଦେବ। ଅର୍ଥନୈତିକ, ସାମାଜିକ ସ୍ଥିତି ମଜଭୁତ ରହିବ। ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମ୍‌ନା କରିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ମକର
ମକର
ଏକାଧିକ କାର୍ଯ୍ୟରେ ଅନୁପ୍ରବେଶ କୌଣସିଟାରେ ମଧ୍ୟ ସଫଳତା ଦେବ ନାହିଁ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସାମାଜିକ ସ୍ତରରେ ନୀରବଦ୍ରଷ୍ଟା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ଅଶାନ୍ତ ମନ ଭିତରୁ ମଧୁର କଥା ବାହାରିବା କଷ୍ଟକର ମନେହେବ। ପରିବାରରେ ଭାବୁଥିବା କଥାକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ପରିବାରରେ ନିକଟ ସମ୍ପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ। ଜଣେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇ ଆଶା ପୂରଣ କରିପାରନ୍ତି।
ମୀନମୀନ
ବିଶେଷ କାରଣ ନ ଥାଇ ମଧ୍ୟ ଆଜି ପରିବାରରେ ଟଣାଓଟରା ଅବଶ୍ୟମ୍ଭାବୀ। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ। ଋଣ ପରିଶୋଧ ପାଇଁ ବ୍ୟଗ୍ରତା, ସମ୍ପର୍କୀୟଙ୍କ ଅଭିଯୋଗ ଏବଂ ପଡ଼ୋଶୀଙ୍କ ଟାହିଟାପରା ମନକୁ ବିଭ୍ରାନ୍ତ କରିପାରେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri