Posted inRasifala

ରାଶିଫଳ:ରବିବାର, ଜାନୁୟାରୀ ୨୨ ତାରିଖ – Daily Horoscope

ମେଷ
କର୍ମ ସ୍ଥାନରେ ତିନୋଟି ଗ୍ରହ ହେତୁ ସାମାନ୍ୟ ଭୁଲ୍‌ରୁ କାମ ବିଶୃଙ୍ଖଳିତ ହୋଇଯାଇପାରେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ। ସାମାଜିକ ସ୍ତରରେ ସମସ୍ୟାକୁ ସରଳ ଭାବେ ସମାଧାନ କରିପାରିବେ।
ବୃଷ
ବୃଷ
ଶୁକ୍ରଙ୍କ ଶୁଭ ପ୍ରଭାବରୁ ଆଜିର କାମ ପାଇଁ କୌଣସି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନାଦି ଦିଗରୁ ସମସ୍ୟାମୁକ୍ତ ରହିପାରନ୍ତି। ବିବାଦୀୟ ସ୍ଥିତିରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍‌ କରିପାରନ୍ତି।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ବିଭିନ୍ନ ଦିଗରୁ ଅର୍ଥାଗମର ଦ୍ୱାର ଉନ୍ମୁକ୍ତ ହୋଇଯିବ। କିନ୍ତୁ ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ। ଆଇନ ମାମଲାରେ ଫଳ ଉତ୍ତମ।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ କୌଣସି ବିବାଦୀୟ ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ। ନିଜର ପ୍ରତ୍ୟୁପତ୍ନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡ଼ା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଆଜି ସକାଳୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ। ଦୂର ସମ୍ପର୍କୀୟଙ୍କ ବନ୍ଧୁଙ୍କ ଆଗମନ ଉଜ୍ଜ୍ୱଳ।
ତୁଳା
ତୁଳା
ଚାପଗ୍ରସ୍ତ ହୋଇ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନପାଇ ଅବସାଦ ଲାଗି ରହିବ। ଯାନ୍ତ୍ରିକ ତ୍ରୁଟିରୁ ଯାତ୍ରାରେ ବିଳମ୍ବ ଘଟିପାରେ, କିନ୍ତୁ ଲକ୍ଷ୍ୟ ହାସଲ କରିବେ।
ବିଛା
ବିଛା
ଅଯଥା ତର୍କ ନ କରି ଆଲୋଚନା ଜାରି ରଖିଲେ ସମସ୍ୟାର ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ବ୍ୟବସାୟ, ପରିବହନ ଓ ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣକରି ଋଣ ପରିଶୋଧ ପାଇଁ ନୂତନ ଯୋଜନା କରିପାରନ୍ତି।
ଧନୁ
ଧନୁ
ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସହନଶୀଳତା ଆଚରଣ କଲେ ସମସ୍ୟା ଦୂରେଇଯିବ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି। କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଆଦୌ ଭଲ ସମ୍ପର୍କ ନଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ସମ୍ପର୍କୀୟ କିମ୍ବା ଆମତ୍ୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଜଣେ ସମ୍ପର୍କୀୟ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନକ ଦୁଃଖ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ର ଯେତେ ଭଲ ମନେହେଲେ ମଧ୍ୟ ଘର ଭିତରୁ ଆଦର ପାଇବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri