Posted inRasifala

ରାଶିଫଳ:ରବିବାର, ଜାନୁୟାରୀ ୨୨ ତାରିଖ – Daily Horoscope

ମେଷ
କର୍ମ ସ୍ଥାନରେ ତିନୋଟି ଗ୍ରହ ହେତୁ ସାମାନ୍ୟ ଭୁଲ୍‌ରୁ କାମ ବିଶୃଙ୍ଖଳିତ ହୋଇଯାଇପାରେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ। ସାମାଜିକ ସ୍ତରରେ ସମସ୍ୟାକୁ ସରଳ ଭାବେ ସମାଧାନ କରିପାରିବେ।
ବୃଷ
ବୃଷ
ଶୁକ୍ରଙ୍କ ଶୁଭ ପ୍ରଭାବରୁ ଆଜିର କାମ ପାଇଁ କୌଣସି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନାଦି ଦିଗରୁ ସମସ୍ୟାମୁକ୍ତ ରହିପାରନ୍ତି। ବିବାଦୀୟ ସ୍ଥିତିରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍‌ କରିପାରନ୍ତି।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ବିଭିନ୍ନ ଦିଗରୁ ଅର୍ଥାଗମର ଦ୍ୱାର ଉନ୍ମୁକ୍ତ ହୋଇଯିବ। କିନ୍ତୁ ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ। ଆଇନ ମାମଲାରେ ଫଳ ଉତ୍ତମ।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ କୌଣସି ବିବାଦୀୟ ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ। ନିଜର ପ୍ରତ୍ୟୁପତ୍ନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡ଼ା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇପାରନ୍ତି।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା
ଆଜି ସକାଳୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ। ଦୂର ସମ୍ପର୍କୀୟଙ୍କ ବନ୍ଧୁଙ୍କ ଆଗମନ ଉଜ୍ଜ୍ୱଳ।
ତୁଳା
ତୁଳା
ଚାପଗ୍ରସ୍ତ ହୋଇ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନପାଇ ଅବସାଦ ଲାଗି ରହିବ। ଯାନ୍ତ୍ରିକ ତ୍ରୁଟିରୁ ଯାତ୍ରାରେ ବିଳମ୍ବ ଘଟିପାରେ, କିନ୍ତୁ ଲକ୍ଷ୍ୟ ହାସଲ କରିବେ।
ବିଛା
ବିଛା
ଅଯଥା ତର୍କ ନ କରି ଆଲୋଚନା ଜାରି ରଖିଲେ ସମସ୍ୟାର ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ବ୍ୟବସାୟ, ପରିବହନ ଓ ନିର୍ମାଣ, ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣକରି ଋଣ ପରିଶୋଧ ପାଇଁ ନୂତନ ଯୋଜନା କରିପାରନ୍ତି।
ଧନୁ
ଧନୁ
ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସହନଶୀଳତା ଆଚରଣ କଲେ ସମସ୍ୟା ଦୂରେଇଯିବ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି। କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଆଦୌ ଭଲ ସମ୍ପର୍କ ନଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ସମ୍ପର୍କୀୟ କିମ୍ବା ଆମତ୍ୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଜଣେ ସମ୍ପର୍କୀୟ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନକ ଦୁଃଖ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପୂର୍ବଭାଦ୍ରବ ନକ୍ଷତ୍ର ଯେତେ ଭଲ ମନେହେଲେ ମଧ୍ୟ ଘର ଭିତରୁ ଆଦର ପାଇବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri