Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୩୧ ତାରିଖ – Daily Horoscope

ମେଷ
ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନତୁବା ହଜିଯିବା ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ରବିବାରର ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ।
କର୍କଟ
କର୍କଟ
ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେମିତି କିଛି ହେବନାହିଁ। ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବା ସମ୍ଭାବନା ରହିଛି। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ସ୍ବାସ୍ଥ୍ୟରେ ଅବନତି ହୋଇପାରେ,ଏଣୁ ସାବଧାନତା ଅବଲମ୍ବନ କରିବା ଭଲ। ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ। କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। କାରଣ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇବେ। ଖଳଲୋକଙ୍କ କଥାରେ ଭୁଲ୍‌ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି। ମାଲିମକଦ୍ଦମା, ତର୍କବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
କୌଣସି ବନ୍ଧୁଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ବ୍ୟଥିତ କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ। ରାଜନୀତି, ପ୍ରଶାସନ, କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବନ୍ଧୁଙ୍କୁ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରିନେବେ। ପାଖ ପଡ଼ୋଶୀମାନେ କିମ୍ବା ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଦୋଷଯୁକ୍ତ ମନ୍ତବ୍ୟ ଦେବେ। ଯାନବାହନରେ ସତର୍କତା ରକ୍ଷା କରନ୍ତୁ।
ମକର
ମକର
ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁତ୍ରକନ୍ୟା ହେତୁକ ସୁଖ ମିଳିବ ଓ ପରିବାରରେ ଶାନ୍ତି ଫେରି ଆସିବ।
କୁମ୍ଭ
କୁମ୍ଭ
ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ।
ମୀନମୀନ
ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri