Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୧୧ ତାରିଖ– Daily Horoscope

ମେଷ
ଆଜି ମୁଖ୍ୟତଃ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ, କିନ୍ତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ସାଙ୍ଗକୁ ବନ୍ଧୁ ମହଲରେ ପ୍ରଶଂସାର ପାତ୍ର ହେବେ। ନିଜ ପରିସରରେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ନିଜର ଦକ୍ଷତା ପ୍ରତିପାଦନ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ବୃଷ
ବୃଷ
ଆଜି ଏଭଳି ଜଣେ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ ଯାହା ଆପଣ ଆଦୌ କଳ୍ପନା କରି ନ ଥିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ କିନ୍ତୁ ସମସ୍ୟା ଲାଗି ରହିବ। ଆକସ୍ମିକ ଭାବରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ପର କଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି।
ମିଥୁନ
ମିଥୁନ
ଆଜି ସକାଳର ଯାତ୍ରା ପ୍ରୀତିପ୍ରଦ ରହିବ। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ଅନୁଭବ କରିବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଅଟକି ରହିଥିବା କାମ ଆରମ୍ଭକରିବାକୁ ମନ ବଳାଇ ସଫଳ ହେବେ। କାମରେ କିଛିଟା ସମସ୍ୟା ଦେଖାଦେବ।
କର୍କଟ
କର୍କଟ
ଅଯାଚିତ ଭାବେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଧୈର୍ଯ୍ୟ, ସାହସ ଓ ଦକ୍ଷତା ହେତୁ କର୍ମକ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ପାରିବାରିକ, ପ୍ରଶାସନ, ପ୍ରକାଶନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି।
ସି˚ହ
ସି˚ହ
ଧୈର୍ଯ୍ୟର ସହ ସମୟକୁ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କଠାରୁ କୌଣସି କଥା ଶୁଣି ମନ ଉଲ୍ଲାସରେ ଭରିଯିବ।
କନ୍ୟା
ଆଜି ସକାଳୁ ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ସେଥିରେ ଶୁଭଫଳ ପାଇବେ। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ। ଅଫିସରେ ଥିବା ସମୟରେ କୌଣସି ବ୍ୟକ୍ତିଙ୍କଠାରୁ ଶୁଭଖବର ପାଇ ଉଲ୍ଲସିତ ହେବେ। ବନ୍ଧୁଗହଣରେ ମିଥ୍ୟା ଭାଷଣରୁ ସମାଲୋଚିତ ହେବେ।
ତୁଳା
ତୁଳା
ପରିବାର ଭିତରେ କେତେକ ଅକୁହା କଥା ମନକୁ ବାରମ୍ବାର ଆଲୋଡ଼ିତ କରିପାରେ। ନିଜ ଲୋକଙ୍କ ସାଧାରଣ କଥାରେ ଉତ୍‌କ୍ଷିପ୍ତ ହୋଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ନିକଟସ୍ଥ ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା, ଆଦର ପାଇ ନିଜକୁ ଗର୍ବିତ ମନେ କରିବେ।
ବିଛା
ବିଛା
କେତେକ ପାରିବାରିକ ସମସ୍ୟା ହେତୁ ମନଟା ଚହଲି ଯାଇପାରେ। କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। କଠୋର ଶ୍ରମଜନିତ ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହୋଇପାରେ। ଅପରାହ୍ନରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ଧନୁ
ଧନୁ
ଶାରୀରିକ ଅବସ୍ଥାରେ କିମ୍ବା ପାରିବାରିକ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି କିମ୍ବା କାମ ହାସଲ କରିପାରନ୍ତି।
ମକର
ମକର
ଆଜି ବନ୍ଧୁମାନଙ୍କ ଦ୍ୱାରା ରାଜକୀୟ ସମ୍ମାନ ପାଇବେ। ଆଜିର ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହୋଇପାରିବେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯିବ। ଘର ଲୋକଙ୍କ ଅନୁରୋଧରେ ମନୋରଞ୍ଜନ ଜିନିଷ କ୍ରୟ କରିପାରନ୍ତି। କାର୍ଯ୍ୟସିଦ୍ଧି ସାଙ୍ଗକୁ ସମ୍ପର୍କୀୟଙ୍କ ସହ ସମ୍ପର୍କ ସ୍ଥାପନ କରି ଉପକୃତ ହେବେ।
କୁମ୍ଭ
କୁମ୍ଭ
ସମ୍ପୂର୍ଣ୍ଣ ଭାବେ ସନ୍ତୋଷ ସିନା ଆସିବ ନାହିଁ, ମାତ୍ର ମନ ଏକପ୍ରକାର ଖୁସି ରହିବ। ଆଜିର କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ସାମୟିକ ପ୍ରତିବନ୍ଧକ ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବ୍ୟବସାୟ, ବାଣିଜ୍ୟ, ପ୍ରଶାସନିକ ସ୍ତରରେ ସଫଳତା ହାସଲ କରି ଖୁସି ହେବେ।
ମୀନମୀନ
ସର୍ବଦା ବାସ୍ତବବାଦୀ ଚିନ୍ତାଧାରା ଓ ନିଜେ ଭଲ ନୀତିରେ ଚଳିବା କାରଣରୁ ସମାଲୋଚିତ ହେବେ। ଇଚ୍ଛା ନ ଥାଇ ଦୂର ସ୍ଥାନ ଯିବାକୁ ବାଧ୍ୟ ହେବେ। ମନକଥା ମନରେ ରଖି ନ ପାରି ବନ୍ଧୁଙ୍କୁ କହିଦେବା ଫଳରେ କିଛି ସମସ୍ୟା ଆସିପାରେ। ଆଜିର ଯାତ୍ରା, ବ୍ୟବସାୟ, ଆଲୋଚନା ଓ ସଭାସମିତିରେ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?