Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ
ଆଜି ଆନୁଷ୍ଠାନିକ କାମ, ପରିବାର, ଯାନବାହନ, ସଭାସମିତିରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଜରୁରୀ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ବାଧାପ୍ରାପ୍ତ ହୋଇପାରେ। ଯାତ୍ରାରେ କାର୍ଯ୍ୟସିଦ୍ଧି ହେବ ଓ ଆଶା ନିଶ୍ଚିତ ପୂରଣ ହୋଇଯିବ।
ବୃଷ
ବୃଷ
କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାରେ ସଫଳ ହେବେ, କିନ୍ତୁ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡ଼ିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ମାଙ୍ଗଳିକ କାମ ସକାଶେ କୌଣସି ଉପକରଣ କ୍ରୟ କରିପାରନ୍ତି। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବରେ ଆଗନ୍ତୁକ ଅତିଥିଙ୍କ ଚର୍ଚ୍ଚାକୁ ନେଇ ମନ ଖୁସି ରହିବ। ଆଗାମୀ ମାଙ୍ଗଳିକ କର୍ମ ସକାଶେ ଘର ସାଜସଜ୍ଜା କରିପାରନ୍ତି। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା ପାଇଁ ଦିନଟି ବହୁତ ଭଲ।
କର୍କଟ
କର୍କଟ
ଆପଣ ଯାହା ଓ ଯେପରି ଭାବୁଛନ୍ତି ତାହା ହିଁ ହେବ ଓ ପାଇବେ, କିନ୍ତୁ ପରିଣତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌କାମ କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଜମି କିଣାବିକା ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ପରେ ଚିନ୍ତିତ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ। ବିଶେଷ ଭ୍ରମଣ କାରଣରୁ ସାମୟିକ ଭାବରେ ଶାରୀରିକ ଆଶ୍ୱସ୍ତି ଅନୁଭବ କରିବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ଶତ୍ରୁତାର କାରଣ ହୋଇପାରେ। କୌଣସି କାମ ହାସଲ ପାଇଁ ବହୁତ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ।
ବିଛା
ବିଛା
କାମ ହାସଲର ଖୁସି କାରଣରୁ ପ୍ରବଣତାବଶତଃ ଏଣୁତେଣୁ କହିବା ସମସ୍ୟାର କାରଣ ହେବ। ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ଆଜି ବନ୍ଧୁମାନଙ୍କ କଥାରେ ପଡ଼ି ମନୋରଞ୍ଜନ କାର୍ଯ୍ୟରେ ରୁଚି ବଳିବ, କିନ୍ତୁ ଶାନ୍ତି କିମ୍ବା ସନ୍ତୋଷ ପାଇ ପାରିବେ ନାହିଁ। ଫେରିବା ରାସ୍ଥାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାଂଗଠନିକ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ସବୁ ସମୟରେ ନିଜ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାବୁଥିବା କାମଟି ସକାଶେ କିଛି ସହଯୋଗ ଆଶା ରଖି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ। ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରି ପାରନ୍ତି। ଅବଶ୍ୟ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ପାରିବାରିକ ସୁଖ ସ୍ବାଛନ୍ଦ୍ୟ କାରଣରୁ କିମ୍ବା ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ମୀନମୀନ
ଆଜି ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ। ବୁଝାମଣା ମାଧ୍ୟମରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ବଡ଼ ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?