Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ
ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସୀ ରହିବ, କାମଗୁଡିକ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ।
ବୃଷ
ବୃଷ

ଚତୁର୍ଥସ୍ଥ ଶୁକ୍ରଙ୍କ ଯୋଗୁଁ ଲୋକପ୍ରିୟତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିିକ ସ୍ତରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହୋଇପାରନ୍ତି। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।

ମିଥୁନ
ମିଥୁନ
ଧନାଧିପତିଙ୍କ ଶୁଭତ୍ୱ କାରଣରୁ ଅର୍ଥଲାଭ ସହ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁମନୋବଳ କ୍ରମଶଃ ହ୍ରାସ ପାଇପାରେ।
କର୍କଟ
କର୍କଟ
ଚନ୍ଦ୍ର ନିଜ ରାଶିରେ ରହିଥିବାରୁ ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ। ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ, ଯାହା କି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବ।
ସି˚ହ
ସି˚ହ
ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକ ପ୍ରକାର ମନ ହାଲୁକା ହୋଇଯିବ। କିନ୍ତୁ କେତୁଙ୍କ କୁପ୍ରଭାବରେ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହୋଇଯିବ। କଳା, ସାହିତ୍ୟ, ସଂଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ଆଜି ଅଭିଳାଷ ପୂରଣ ହେବା ସହ ମଜାମଉଜରେ ଦିନଟି ଅତିବାହିତ କରିବେ। କିନ୍ତୁ ଚିତ୍ରା ନକ୍ଷତ୍ର ବୁଝିବିଚାରୀ କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ। ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିବେ।
ତୁଳା
ତୁଳା
ରାଶ୍ୟାଧିପ ଏକାଦଶ ସ୍ଥାନରେ ରହିଥିବାରୁ କୌଣସି କାମ ଅଟକି ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ଦିନରୁ ରହିଥିବା ସମସ୍ୟାର ସମାଧାନ ହୋଇଯିବ ଏବଂ ପ୍ରାପ୍ୟ ହାତପଇଠ ହୋଇପାରେ। ବନ୍ଧୁଙ୍କ ପାଇଁ ମନ ଛଟପଟ ହେବାର ସୂଚନା ରହିଛି।
ବିଛା
ବିଛା
ଆପଣ ଯାହାକୁ ଭଲ ଭାବୁଛନ୍ତି। ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିପାରେ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯନତ୍ କରିପାରନ୍ତି। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ।
ମକର
ମକର

ଆଜି ଯେଉଁ କାମରେ ହାତଦେବେ ସେଥିରେ ଅତି କମ୍‌ ସମୟରେ ତାହା ସୁବିଧାରେ ସମ୍ପନ୍ନ ହୋଇ ପାରିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଅଟକି ଥିବା କାମଟି ସହଜରେ ହାସଲ କରିବେ।

କୁମ୍ଭ
କୁମ୍ଭ
ଭୁଲ୍‌ ବୁଝାମଣା କାରଣରୁ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିପାରେ,ଏଣୁ ସତର୍କ ରହିବା ଭଲ। ବିଶେଷ ଭ୍ରମଣ ଓ କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ

ରାହୁଙ୍କ ଯୋଗୁଁ ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଅବନ୍ନତି ଘଟିବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ। ରେବତୀ ନକ୍ଷତ୍ରର ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କୌଣସି ଶୁଭ ଖବର ପାଇ ମନ ଖୁସୀ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri