Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ ସମସ୍ୟାକୁ ହାଲୁକା ଭାବରେ ଗ୍ରହଣ କରି ସମସ୍ୟାକୁ ଆବାହନ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶକୁ ବେଖାତିର ନ କଲେ ଉପକୃତ ହେବେ। ପରିବାର ଭିତରେ ନିଜର ଅଧିକାରକୁ ଜୋରଜବରଦସ୍ତ ଅନ୍ୟମାନଙ୍କ ଉପରେ ସାବ୍ୟସ୍ତ କରିପାରିବେ ନାହିଁ।
ବୃଷ
ବୃଷ

ଆଜି କିଛି ପାଇବାର ଅଭିଳାଷ ରଖି କୌଣସି ବ୍ୟକ୍ତି ଅଯଥାରେ ଆପଣଙ୍କୁ ପ୍ରଶଂସା କରିପାରେ। ଅର୍ଥ ଅଭାବକୁ ସ୍ବତଃପ୍ରବୃତଃ ଭାବରେ ଜଣେ ବନ୍ଧୁ ନିବାରଣ କରିବା ପାଇଁ ପ୍ରତିଶ୍ରୁତିଦେବେ। ରୋହିଣୀ ନକ୍ଷତ୍ରର ଆନୁଷ୍ଠାନିକ କାମରେ ଆବଶ୍ୟକୀୟ ସହଯୋଗର ଆଶା ବୃଥା ଯିବ ନାହିଁ।

ମିଥୁନ
ମିଥୁନ
ଆପଣ ନିଜ ପାଇଁ କିଛି ନ କରି ଅନ୍ୟ ପାଇଁ କିଛି କରିବା ଲାଗି ପ୍ରଭାବିତ କରିବେ। ମୃଗଶିରା ନକ୍ଷତ୍ର ଭାବବିଭୋର ହୋଇ କାମ କଲେ ମଧ୍ୟ ଆଶାନୁରୂପ ଫଳ ପାଇବେ ନାହିଁ। ଆଜିର ଯାତ୍ରାରେ ସତର୍କ ନ ରହିଲେ କିଛି ହଜାଇ ଦେଇପାରନ୍ତି। ଅଧୈର୍ଯ୍ୟ ହୁଅନ୍ତୁ ନାହିଁ ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ।
କର୍କଟ
କର୍କଟ
ପ୍ରତ୍ୟେକ କାମ ବିଳମ୍ବରେ ହେଉ ଥିବାରୁ ମନରେ ପୂର୍ବଭଳି ଆଗ୍ରହ ରହିବ ନାହିଁ। ନିର୍ମାଣାଧୀନ କାମ ଆଗେଇ ଚାଲିବ ଏବଂ ସମସ୍ୟା ଓ ପ୍ରତିବନ୍ଧକର ସାମନା କରିବାକୁ ପଡିପାରେ। ଆଇନ ଅଦାଲତରୁ ସୁଫଳ ପାଇବେ, ମାତ୍ର ପୂର୍ଣ୍ଣ ସନ୍ତୋଷ ନ ଆସିପାରେ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ସି˚ହ
ସି˚ହ
ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ କମିଯିବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ।
କନ୍ୟା
ଆଜି ମିତ୍ରମାନଙ୍କ ଉପରେ ସବୁ ଦାୟିତ୍ୱ ଲଦି ଦେଇ ନିଜେ ଚୁପ୍‌ଚାପ୍‌ ବସିବା ଠିକ୍‌ ହେବନି। ହସ୍ତା ନକ୍ଷତ୍ର ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ବ୍ୟବସାୟରେ ମାନମନାନ୍ତର ସହ ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ଭଲ ସୁଯୋଗ ହାତଛଡା କରି ବ୍ୟସ୍ତତା ପ୍ରକାଶ କରିବେ।
ତୁଳା
ତୁଳା
ଆଜି ବିଶାଖା ନକ୍ଷତ୍ର ଅନ୍ୟମାନଙ୍କୁ କାମରେ ଲଗାଇ ନିଜର ଫାଇଦା ହାସଲ କରିପାରିବେ। ବ୍ୟୟ ଭାର କ୍ରମଶଃ କମି କମି ଆସିବା ସଙ୍ଗକୁ ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ କଷ୍ଟ ସ୍ବୀକାର କରିବାକୁ ପଡିପାରେ।
ବିଛା
ବିଛା
ସମୟ ବିଶେଷ ଖରାପ ନ ଥିଲେ ମଧ୍ୟ ନିଜର ଅବହେଳା ସକାଶରୁ ସୁଯୋଗ ହରାଇ ପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିପାରନ୍ତି ମାତ୍ର ଆନୁଷ୍ଠାନିକ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଅନୁରାଧା ନକ୍ଷତ୍ରର ଅର୍ଥନୈତିକ ପ୍ରଗତିରେ ମାନସିକ ସ୍ଥିତି ଭଲ ରହିବ।
ଧନୁ
ଧନୁ
ପ୍ରତିକୂଳ ବାତାବରଣ ଲାଗି ରହିଥିଲେ ମଧ୍ୟ ନିଜର ନିରଳସ ଉଦ୍ୟମ ଓ ଆନ୍ତରିକ ପ୍ରଚେଷ୍ଟାରୁ ଲକ୍ଷ୍ୟ ହାସଲ କରିବାରେ ଅସୁବିଧା ହେବ ନାହିଁ। ଉତ୍ତରାଷାଢା ନକ୍ଷତ୍ର ସକାଶେ ଆଜିର ଯାତ୍ରା,ବାଣିଜ୍ୟ ଓ ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ହାତକୁ ନେଇଥିବା ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ମକର
ମକର

ଅନ୍ୟମାନଙ୍କ କଥାକୁ ଉପେକ୍ଷା ନ କରି ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହୋଇ ପାରନ୍ତି। ଗୁରୁଜନମାନଙ୍କ କୃପାପାତ୍ର ହେବା କାରଣରୁ କେତେକ ସମସ୍ୟା କ୍ରମଶଃ ଅପସରି ଯିବ। ଶ୍ରବଣା ନକ୍ଷତ୍ରର ମାନସିକ ଦ୍ୱନ୍ଦ୍ୱ ସଙ୍ଗକୁ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ।

କୁମ୍ଭ
କୁମ୍ଭ
ଆଜି ଆପଣଙ୍କ ବାଣିଜ୍ୟ,ବ୍ୟବସାୟ,ଦୂରଯାତ୍ରା କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ। କିନ୍ତୁ ବହୁତ ଚେଷ୍ଟା କଲେ ମଧ୍ୟ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହେବା ସହଜସାଧ୍ୟ ନ ହୋଇପାରେ। ଅବଶ୍ୟ କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇ ପାରନ୍ତି। ଭୁଲ୍‌ ବୁଝାମଣାରୁ ପରିବାର ଭିତରେ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ଦୂରଭ୍ରମଣ, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ତଥା ରାଜନୀତି, ପ୍ରଶାସନ ପାଇଁ ଦିନଟି ଭଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri