Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୮ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରିପାରିବେନି। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ , ତଥାପି କୃତ୍ତିକା ନକ୍ଷତ୍ର ସାମୟିକ ଅସୁସ୍ଥ ଅନୁଭବ କରିବେ। ପ୍ରଶାସନିକ କିମ୍ବା ସାମାଜିକ କ୍ଷେତ୍ରରେ ଅଟକି ରହିଥିବା କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ । କୃଷି, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରରେ ସମସ୍ୟା ସୁଧାରିବାକୁ ପ୍ରଯନତ୍ କରିବେ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଅଫିସ୍‌ କାମର ଚାପ ଲାଗିରହିବ। ପରିବାର କ୍ଷେତ୍ରରେ ଏମିତି କେତେକ କଥା ରହିଛି ଯାହାକୁ କି କହିପାରିବେ ନାହିଁ; ଯାହା ଫଳରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ମାନସିକ ଅଶାନ୍ତିର କାରଣ ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେକରିବେ। ଯେଉଁ କାମଟି ହୋଇପାରୁ ନ ଥିଲା ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ। ପୁନର୍ବସୁ ନକ୍ଷତ୍ରର ଘରର ବାରଣ ମାନି କାମ କଲେ ଅବଶ୍ୟ ଉପକୃତ ହେବେ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ଆଜି ପ୍ରତିବନ୍ଧକ ଓ ପରିସ୍ଥିତି ସହ ଲଢ଼ି କାମ ହାସଲ କରିବେ। ଗତକାଲିଠାରୁ ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ କୌଣସି ଅସୁବିଧା ହେବନାହିଁ। ଅଶ୍ଳେଷା ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ।
ସି˚ହ
ସି˚ହ
ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ସଂଗଠନ, ପ୍ରଶାସନ, ବେତାର, ଗଣ ଯୋଗାଯୋଗ ପାଇଁ ଦିନଟି ଭଲ। ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି। ମଘା ନକ୍ଷତ୍ରର ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କନ୍ୟା
ଆଜି ଚିତ୍ରା ନକ୍ଷତ୍ରର ସ୍ବାସ୍ଥ୍ୟହାନି ସଙ୍ଗକୁ ବିଭିନ୍ନ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ। ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହୋଇପାରେ। ଚାହୁଁଥିବା କାମଟି ଅକ୍ଳେଶରେ ହୋଇଯିବ। ସାଙ୍ଗସାଥୀଙ୍କ ସହ ଭ୍ରମଣ ସୁଯୋଗ ଜୁଟିବ ଓ ପ୍ରଶାସନ ଏବଂ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ବିଭିନ୍ନ ଦିଗରୁ ରୋଜଗାର କରିବାରେ ସମର୍ଥ ହେବେ କିନ୍ତୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, ସାହିତ୍ୟ, ସଙ୍ଗୀତ, ନୃତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ସ୍ବାତୀ ନକ୍ଷତ୍ରର ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
ଅଯଥା ଭୟ, ଆଶଙ୍କା ଓ ଉଦ୍‌ବେଗ ମଧ୍ୟରେ ଦିନଟିକୁ କଟାଇବେ। ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁସତ୍ାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ଭୁଲ୍‌ ବୁଝାମଣା ବଶତଃ ସାଧାରଣ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଦେଖି କାମ କଲେ କୌଣସି ଅସୁବିଧା ହେବ ନାହିଁ। ସହକର୍ମୀ କିମ୍ବା ଆମତ୍ୀୟଙ୍କ ସାହାଯ୍ୟର ଅଭାବ ରହିବ ନାହିଁ। ଯେକୌଣସି କ୍ଷେତ୍ରରେ ମଧ୍ୟ ତରବର ନ ହୋଇ ଭାବି ଚିନ୍ତି କାମ କରିବା ଭଲ ହେବ। ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ।
ମକର
ମକର
ଗତକାଲିଠାରୁ ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଆଦୌ ପଡୁ ନ ଥିବା ଲୋକମାନେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ଅନ୍ୟମାନଙ୍କ ଘରୋଇ କଥାରେ କିମ୍ବା କାମରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ। ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ। ପଡ଼ୋଶୀଙ୍କ ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବହୁତ ଦିନର ନୂଆ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ।
ମୀନମୀନ
ସମସ୍ୟା ପରେ ସମସ୍ୟା ମନକୁ ଭାରାକ୍ରାନ୍ତ ରଖିବ। ଉତ୍ତରଭାଦ୍ରପଦ୍‌ ନକ୍ଷତ୍ରର ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି କିନ୍ତୁ ସଭାସମିତିରେ ସଫଳତା ହାସଲ କରିବେ। ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗଁୁ ଚିନ୍ତା ପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri