Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୫ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। ଅବଶ୍ୟ ବନ୍ଧୁମାନେ ସାହାଯ୍ୟ କରିବେ ଓ କୌଣସି କାମ ମଧ୍ୟ ଅଟକିବ ନାହିଁ। ଲେଖାପଢ଼ା, ଧର୍ମକାର୍ଯ୍ୟ, ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ବିବାଦୀୟ ଘଟଣା ଓ ସଭାସମିତି, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ଆଲୋଚନା ପରିସରରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ମାନସିକ ଅବସାଦ ହେତୁ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ପୂର୍ବପରି ରହିବା ସାଙ୍ଗକୁ ସାଧାରଣ କଥାକୁ କେନ୍ଦ୍ରକରି ମାନସିକ ଅସ୍ଥିରତା ସୃଷ୍ଟିହେବ। ସରକାରୀ ସ୍ତରରୁ କର୍ମକ୍ଷେତ୍ରରେ କୌଣସି ଖବର ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ। ଅର୍ଥାଭାବ, ନିର୍ମାଣ, ପ୍ରକଳ୍ପ, ନୂତନ ଯୋଜନା ପାଇଁ ବାଧକ ସାଜିପାରେ।
କର୍କଟ
କର୍କଟ
ଗୁରୁଜନଙ୍କ ପରାମର୍ଶକୁ ଗ୍ରହଣ କରି କେତେକାଂଶରେ ସୁଯୋଗର ସଦ୍‌ ବ୍ୟବହାର କରିପାରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନ ଜିନିଷ କ୍ରୟ ସକାଶେ ମନ ବଳାଇପାରନ୍ତି। ପାରିବାରିକ ସମସ୍ୟା ଅନ୍ୟ ଆଗରେ ପ୍ରକାଶ କରି ଓଲଟା ଫଳ ପାଇବେ। ସହକର୍ମୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଯେତିକି ପରିମାଣରେ ପାଇବା କଥା, ତାହା ପାଇବା ଦୁର୍ବିଷହ ହୋଇପାରେ।
କନ୍ୟା
ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମାଦକ ଦ୍ରବ୍ୟ ସେବନରୁ ବକ୍ଷ ବେଦନା ସୃଷ୍ଟି ହେବାର ସୂଚନା ରହିଛି। ଉପରିସ୍ଥଙ୍କ ଆଶ୍ୱସନା ଲାଭକରି ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ଧାରକରଜ କରି କାମ ଚଳାଇ ନେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆଗାମୀ ମାଙ୍ଗଳିକ
ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ନୂତନ ଗୃହ ନିର୍ମାଣ, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇ ପାରନ୍ତି। କୌଣସି ଏକ ବନ୍ଧୁମିଳନ ଅବସରରେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ।
ବିଛା
ବିଛା
ଆପୋସ ଆଲୋଚନା ହେତୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହେବ। ଆଜିହିଁ ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ତଥା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ଧନୁ
ଧନୁ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଚେଷ୍ଟା କଲେ ଉପକୃତ ଅବଶ୍ୟ ହେବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ତଥାପି ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ମକର
ମକର
ଯେତେ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇ ପାରିବ ନାହିଁ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାରୁ ମନ ଭଲ ରହିନପାରେ। ସଭାସମିତିରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଯୋଜନା ଅନୁଯାୟୀ କାମ କରିଚାଲନ୍ତୁ, ନିଶ୍ଚୟ ଉପକୃତ ହେବେ। ପିଲାଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସମାଧାନ ହୋଇଯିବ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଆମତ୍ୀୟମାନେ ଶତ୍ରୁତା କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ବିଘ୍ନ ଆସିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ।
ମୀନମୀନ
ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ପୂର୍ବରୁ ସୁପରିକଳ୍ପିତ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ସାମୟିକ ଚିନ୍ତା ଉଦ୍ରେକ କରିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?