Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୭ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ଲାଭ ସୁଯୋଗ ପାଇବେ। ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ପ୍ରତିବନ୍ଧକଜନିତ ବ୍ୟବସାୟ ,ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ରର ଘରୋଇ ଝମେଲା କାରଣରୁ ମନ ଭଲ ରହିବ ନାହିଁ। ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେକୌଣସି ପ୍ରକାରେ କରିବାରେ ସମର୍ଥ ହେବେ। ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆଜି ଚନ୍ଦ୍ରଶୁଦ୍ଧି ହେତୁ ମନ ଭଲ ରହିବ ଏବଂ ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ପୁନର୍ବସୁ ନକ୍ଷତ୍ରର କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କର୍ମମୁଖର ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ।
କର୍କଟ
କର୍କଟ
ଭାଗ୍ୟ ସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ଆଜି ହସଖୁସିରେ ସମୟ କଟାଇବେ ଏବଂ ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ। ଅଶ୍ଳେଷା ନକ୍ଷତ୍ର ଅତୀତ କଥାକୁ ଚିନ୍ତାକରି ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଦୁଃସ୍ଥାନସ୍ଥ ଚନ୍ଦ୍ର ହେତୁ ବ୍ୟୟବୃଦ୍ଧି ଜନିତ ମାନସିକ ସ୍ଥିରତା ରହି ନ ପାରେ। ଅବଶ୍ୟ ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ।
କନ୍ୟା
ତୃତୀୟରେ କେତୁ ଥିବାରୁ ମାଗଣାରେ କୌଣସି କାମ କରିବା ସମ୍ଭବପର ହେବ ନାହିଁ। ଆଜି ଯେତିକି ପାଇବେ ତା’ଠାରୁ ଅଧିକ ବ୍ୟୟ କରିବେ। ପୂର୍ବ ପ୍ରସ୍ତୁତି ନ ଥାଇ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇପାରନ୍ତି। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ଆଜି ଏକାଦଶ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କାମ ପାଇଁ ଅନୁକୂଳ ରହିବ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହୋଇଯିବ। ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିମାନେ ପୂର୍ବ ଶତ୍ରୁତା କାରଣରୁ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ।
ବିଛା
ବିଛା
ଅନୁକୂଳ ଗ୍ରହ ପ୍ରଭାବରୁ କାର୍ଯ୍ୟସିଦ୍ଧି ଘଟିବ, କିନ୍ତୁ ସାଧାରଣ ବ୍ୟତିକ୍ରମ ଦେଖାଗଲେ ମଧ୍ୟ କାମ ଅଟକିବ ନାହିଁ। ଯାହାକୁ ଅତି ଭଲ ପାଉଛନ୍ତି ତା’ଠାରୁ ପ୍ରତିଦାନ ପାଇବା କଷ୍ଟକର ହେବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ସାହିତ୍ୟ, ରାଜନୀତି, ସଙ୍ଗଠନ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ପାପ ମଧ୍ୟ ବୃହସ୍ପତିଙ୍କ କୁପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି। ବନ୍ଧୁଙ୍କଠାରୁ ବାକି ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ
ମକର
ମକର
ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି ବୃଦ୍ଧି କାରଣରୁ ମନରେ ସରସତା ରହିବ ନାହିଁ। ଉତ୍ତରାଷାଢ଼ା ନକ୍ଷତ୍ର ପାଇଁ ବନ୍ଧୁଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ରପ୍ତାନି କାରବାର ଏଜେନ୍ସି, ରଚନାମତ୍କ କାର୍ଯ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବହୁ ଦିନହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ। ପୂର୍ବଭାଦ୍ରପଦ ନକ୍ଷତ୍ର ଜଣେ ବନ୍ଧୁ ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭ ପାଇବେ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଆଜି ଅଟକି ରହିଥିବା କାମ ସମ୍ପନ୍ନହେବା କଷ୍ଟକର ହୋଇପଡ଼ିବ। ଉତ୍ତରଭାଦ୍ରପଦ ବନ୍ଧୁଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ହେବନାହିଁ। ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି। ଶାସ୍ତ୍ରାଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?