Posted inRasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୧୦ ତାରିଖ – Daily Horoscope

ମେଷ
ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧକାଧିପତି ଶନିଙ୍କ କୁପ୍ରଭାବରୁ ଧନହାନି, ଜମିଜମା କଳହ ଓ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ବୃଷ
ବୃଷ
ପରିବାରର ବିଭିନ୍ନ ପ୍ରକାର ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବନ୍ଧୁଙ୍କଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପ୍ରାପ୍ତିର ପ୍ରତିଶ୍ରୁତି ଶୁଣି ଖୁସି ହେବେ। ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ବିଭିନ୍ନ ପ୍ରକାର ବିତର୍କଜନିତ ଗଠନମୂଳକ କାର୍ଯ୍ୟ ଗତି ମନ୍ଥର ହେବ।
ମିଥୁନ
ମିଥୁନ
ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ। କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ। ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଆନୁଷ୍ଠାନିକ କର୍ମରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ହେତୁ ସାମୟିକ ବ୍ୟସ୍ତ ରହିପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ।
ସି˚ହ
ସି˚ହ
ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ନୂତନ କର୍ମାରମ୍ଭ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପରୋକ୍ଷ ଶତ୍ରୁତା ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହ ସଜ୍ଜାରେ ମନୋନିବେଶ କରିପାରନ୍ତି। ଅଫିସ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହେବାକୁ ପଡିବ।
ତୁଳା
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ସହଯୋଗ ହେତୁ ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ ହେବ। ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ପରିବାରରେ ଅନାବଶ୍ୟକ ଅତ୍ୟଧିକ ଖର୍ଚ୍ଚ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ଭଲ ସମ୍ପର୍କ ନ ଥିବା ନିଜର ପାଖ ଲୋକମାନେ ଅପପ୍ରଚାର କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରିବାରିକ ବିବାଦ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇ ପାରେ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରି ଶତ୍ରୁତା କରିବ। ବ୍ୟବସାୟ ଓ ପରିବହନରେ ଉନ୍ନତି ଘଟିବ କିନ୍ତୁ ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବାକୁ ପଡିପାରେ। ଛୋଟକଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ସୃଷ୍ଟି କରିପାରନ୍ତି।
ମକର
ମକର
ଦୀର୍ଘଦିନରୁ ଆରମ୍ଭ କରିଥିବା ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଯିବାକୁ ପଡିପାରେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ହସଖୁସିରେ ଦିନଟି ଅତିବାହିତ ହେବ ଏବଂ ବନ୍ଧୁଗହଣରେ ଦର୍ଶନୀୟସ୍ଥାନ ଭ୍ରମଣ କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ। ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ମୀନମୀନ
ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri