Posted inRasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୧୦ ତାରିଖ – Daily Horoscope

ମେଷ
ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧକାଧିପତି ଶନିଙ୍କ କୁପ୍ରଭାବରୁ ଧନହାନି, ଜମିଜମା କଳହ ଓ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।
ବୃଷ
ବୃଷ
ପରିବାରର ବିଭିନ୍ନ ପ୍ରକାର ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବନ୍ଧୁଙ୍କଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପ୍ରାପ୍ତିର ପ୍ରତିଶ୍ରୁତି ଶୁଣି ଖୁସି ହେବେ। ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ବିଭିନ୍ନ ପ୍ରକାର ବିତର୍କଜନିତ ଗଠନମୂଳକ କାର୍ଯ୍ୟ ଗତି ମନ୍ଥର ହେବ।
ମିଥୁନ
ମିଥୁନ
ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ। କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ। ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଆନୁଷ୍ଠାନିକ କର୍ମରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ହେତୁ ସାମୟିକ ବ୍ୟସ୍ତ ରହିପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ।
ସି˚ହ
ସି˚ହ
ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ନୂତନ କର୍ମାରମ୍ଭ କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପରୋକ୍ଷ ଶତ୍ରୁତା ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହ ସଜ୍ଜାରେ ମନୋନିବେଶ କରିପାରନ୍ତି। ଅଫିସ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହେବାକୁ ପଡିବ।
ତୁଳା
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ସହଯୋଗ ହେତୁ ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ ହେବ। ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ପରିବାରରେ ଅନାବଶ୍ୟକ ଅତ୍ୟଧିକ ଖର୍ଚ୍ଚ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ଭଲ ସମ୍ପର୍କ ନ ଥିବା ନିଜର ପାଖ ଲୋକମାନେ ଅପପ୍ରଚାର କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରିବାରିକ ବିବାଦ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇ ପାରେ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରି ଶତ୍ରୁତା କରିବ। ବ୍ୟବସାୟ ଓ ପରିବହନରେ ଉନ୍ନତି ଘଟିବ କିନ୍ତୁ ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବାକୁ ପଡିପାରେ। ଛୋଟକଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ସୃଷ୍ଟି କରିପାରନ୍ତି।
ମକର
ମକର
ଦୀର୍ଘଦିନରୁ ଆରମ୍ଭ କରିଥିବା ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଯିବାକୁ ପଡିପାରେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ହସଖୁସିରେ ଦିନଟି ଅତିବାହିତ ହେବ ଏବଂ ବନ୍ଧୁଗହଣରେ ଦର୍ଶନୀୟସ୍ଥାନ ଭ୍ରମଣ କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ। ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ମୀନମୀନ
ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri