Posted inRasifala

ରାଶିଫଳ: ଶନିବାର, ଫେବୃୟାରୀ ୧୧ ତାରିଖ – Daily Horoscope

ମେଷ
ପରିବାରରେ ସାଧାରଣ ମତାନ୍ତରରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନିଜ ପରିସରରେ ସମ୍ପର୍କୀୟଙ୍କ ଉପକାର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ନିଜର ଦକ୍ଷତା ପ୍ରତିପାଦନ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁଗହଣରେ ନୂତନ ମିତ୍ରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ବୃଷ
ବୃଷ
ଆଜିର ଯାତ୍ରା ସମୟରେ ଜଣେ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଂକଟ ମୁକ୍ତ ହେବେ। ସହଯାତ୍ରୀ ବନ୍ଧୁଙ୍କ ସକାଶେ ଯାତ୍ରାରେ ବିଳମ୍ବ ଘଟିପାରେ। କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ପୂର୍ବପରି ଅମୀମାଂସିତ ରହିବ। ପାରଷ୍ପରିକ ବୁଝାମଣା ଭିତ୍ତିରେ କାମ କରିବା ହେତୁ ପାରିବାରିକ ସ୍ଥିତି ଭଲ ରହିବ।
ମିଥୁନ
ମିଥୁନ
ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ସଫଳ ହେବେ। ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଦୂରହୋଇଯିବ। ପାରିବାରିକ, ପ୍ରଶାସନ, ପ୍ରକାଶନ ଓ ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି।
ସି˚ହ
ସି˚ହ
ଧୈର୍ଯ୍ୟର ସହ ସମୟକୁ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ବନ୍ଧୁଙ୍କ ସହଯୋଗରୁ କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ସରକାରୀ ସ୍ତରରୁ କୌଣସି ଶୁଭଖବର ଶୁଣି ମନ ଉଲ୍ଲାସରେ ଭରିଯିବ।
କନ୍ୟା
ଆଜି ସକାଳୁ ଆରମ୍ଭ କରିବାକୁ ଯାଉଥିବା କାମରେ ଶୁଭଫଳ ପାଇବେ। ଯାତ୍ରା ସମୟରେ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ। ଅଫିସରେ ଥିବା ସମୟରେ କୌଣସି ବ୍ୟକ୍ତିଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ହୋଇଯିବେ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ତୁଳା
ତୁଳା
କେତେକ ଅକୁହା କଥା ମନକୁ ଆଲୋଡ଼ିତ କରିପାରେ। ନିଜ ଲୋକଙ୍କ ସାଧାରଣ କଥାରେ ଉତ୍‌କ୍ଷିପ୍ତ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭ୍ରମଣ ସକାଶେ ମନ ବଳାଇ ପାରନ୍ତି। ନିକଟସ୍ଥ ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା, ଆଦର ପାଇ ନିଜକୁ ଗର୍ବିତ ମନେ କରିବେ।
ବିଛା
ବିଛା
ପାରିବାରିକ ସମସ୍ୟା ହେତୁ ମାନସିକ ସ୍ଥିରତା ରହିବନାହିଁ। କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। କଠୋର ଶ୍ରମଜନିତ ସ୍ବାସ୍ଥ୍ୟରେ ଅବନତି ହୋଇପାରେ। ଅପରାହ୍ନରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଅବଶ୍ୟ ବନ୍ଧୁ ଗହଣରେ ମନୋରଞ୍ଜନ କାମରୁ ପ୍ରଶଂସା ମିଳିବ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ପୂର୍ବପରି ରହିବ। ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାମ ହାସଲ କରିପାରନ୍ତି। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।
ମକର
ମକର
ଆଜି ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହୋଇପାରିବେ। ପଡ଼ୋଶୀଙ୍କ ସହାୟତାରେ ଦୀର୍ଘ ଦିନର ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଘର ଲୋକଙ୍କ ଅନୁରୋଧରେ ମନୋରଞ୍ଜନ ଜିନିଷ କ୍ରୟ କରିପାରନ୍ତି। ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ସ୍ଥାପନ କରି ଉପକୃତ ହେବେ।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ସାମୟିକ ପ୍ରତିବନ୍ଧକ ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବ୍ୟବସାୟ, ବାଣିଜ୍ୟ, ପ୍ରକାଶନ, ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିକଟରୁ ଚାହୁଁଥିବା ଜିନିଷଟି ନ ପାଇ ମନଦୁଃଖ କରିପାରନ୍ତି।
ମୀନମୀନ
ନିଜେ ଭଲ ତ ଦୁନିଆ ଭଲ ନୀତିରେ ଚଳିବା କାରଣରୁ ସମାଲୋଚିତ ହେବାକୁ ପଡ଼ିପାରେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଜାଣିଶୁଣି ଭଲସମ୍ପର୍କ ନ ଥିବା ବ୍ୟକ୍ତିମାନେ ସମସ୍ୟା ସୃଷ୍ଟି କରିପାରନ୍ତି। ମନକଥା ମନରେ ରଖିପାରିବେ ନାହିଁ, ବନ୍ଧୁଙ୍କୁ କହିଦେବା ଫଳରେ କିଛି ସମସ୍ୟା ଆସିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?