Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ
ଆଜି ନିକଟ ସମ୍ପର୍କୀୟଙ୍କ ଅସହଯୋଗ ବାଧକ ସାଜିପାରେ କିନ୍ତୁ କାର୍ଯ୍ୟଟି ଯଥାବିଧି ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହେବ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ।
ବୃଷ
ବୃଷ
ଅପରାହ୍ନରେ ମନକୁ ସୁହାଇଲା ଭଳି ଦ୍ରବ୍ୟଲାଭ ହେତୁ ମନ ଖୁସି ରହିବ।ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ।ରୋହିଣୀ ନକ୍ଷତ୍ର ସକାଶେ ଜଣେ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ।ଅସାବଧାନତାରୁ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉତ୍ତେଜନାମୂଳକ କଥା ଯୋଗୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଠିକ୍‌ ହେବ ନାହିଁ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି।ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି ଆଶା ଅନୁଯାୟୀ କାର୍ଯ୍ୟ ପଦ୍ଧତିର ତାଳମେଳ ରହିବ ନାହିଁ।ଫଳ ସ୍ବରୂପ କୌଣସି କାମ ଲାଭପ୍ରଦ ହେବନାହିଁ। ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଗତକାଲିର ବିବାଦୀୟ ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହି ନ ପାରେ।ମଘା ନକ୍ଷତ୍ରର ହଠାତ୍‌ ସକାଳୁ ଶୁଭ ଖବର ସଙ୍ଗକୁ ଅର୍ଥଲାଭ ହୋଇପାରେ। ନିକଟତର ଲୋକ ପରୋକ୍ଷ ସମାଲୋଚନା କରିପାରନ୍ତି।ତରବରିଆ ଯାତ୍ରା କଲେ ଆଘାତ ଲାଗିବାର ସମ୍ଭାବନା ରହିଛି।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ।କିନ୍ତୁ ଆଜି ଯାହା ପାଇବା ଆଶା ରଖିଛନ୍ତି, ତାହା ଲଢେଇ କରି ନିଶ୍ଚୟ ପାଇବେ।ପିଲାଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।କଠିନ ଶ୍ରମଜନିତ ଅନିଦ୍ରା ହେତୁକ ଜ୍ୱର ଓ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ ଏବଂ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଏକାନ୍ତ ବ୍ୟକ୍ତିଗତ କାର୍ଯ୍ୟରେ ସହକର୍ମୀଙ୍କ ହସ୍ତକ୍ଷେପ ପ୍ରତିବନ୍ଧକ ସାଜିବାର ଆଶଙ୍କା ରହିଛି।ଲାଗି ରହିଥିବା କଚେରି ମାମଲା ସକାଶେ ଚିନ୍ତା ବଢିପାରେ।କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ବାକ୍‌ପଟୁତାରେ ବନ୍ଧୁଙ୍କୁ ଆକର୍ଷିତ କରିବେ। ଫଳରେ ବନ୍ଧୁସଙ୍ଗରେ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ।ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ।ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପାରେ।
ଧନୁ
ଧନୁ
ଆଜି ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ।ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ।ସକାଳୁ ସକାଳୁ ସୁଖବର ପାଇ ଉଲ୍ଲସିତ ହେବେ।ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିବହନରେ ଝଗଡ଼ାର ଆଶଙ୍କାକୁ ଏଡ଼ି ହେବନାହିଁ।
ମକର
ମକର
ପ୍ରତିଘାତ ମଧ୍ୟଦେଇ ଆଜିର ଜୀବନଯାତ୍ରା ଅତିବାହିତ ହେବ।କର୍ମକ୍ଷେତ୍ରରେ ମଧୁର କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ।ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ସହକର୍ମୀଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ବାକ୍‌ଚାତୁରି ବଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଶୁକ୍ରଙ୍କ ଅନୁକମ୍ପାରୁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିବେ।ଶତଭିଷା ନକ୍ଷତ୍ରର ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ।ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ।
ମୀନମୀନ
ପ୍ରତିକୂଳ ପରିବେଶର କୁପ୍ରଭାବରୁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବୁଲିବେ। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଇ ମନସ୍ତାପ କରିବେ।ଅଫିସ୍‌ କାମରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିବ।ନିଜଲୋକଙ୍କ ଈର୍ଷାପରାୟଣତା ହେତୁ ବିବ୍ରତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri