Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଅନ୍ୟମାନଙ୍କ ପ୍ରରୋଚନାରେ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ । ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ ।
ବୃଷ
ବୃଷ

ଆଜିର ତରବରିଆ ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରବାରେ କଠୋର ଶ୍ରମ କରିବାକୁ ପଡିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ।

ମିଥୁନ
ମିଥୁନ
ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିଯାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ କଳହର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ । ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତା ପାଇବେ ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ସହକର୍ମୀଙ୍କ ତରଫରୁ ସହଯୋଗ ପାଇବେ । ବିବାଦୀୟ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସୀ ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅପରାଜିତ ରହିବେ ଓ ଆଇନ ଅଦାଲତର ରାୟ ସପକ୍ଷରେ ଯାଇପାରେ ।
ସି˚ହ
ସି˚ହ
ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତିପୂର୍ବକ ଋଣମୁକ୍ତ ହେବାର ସୂଚନା ରହିଛି । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ ।
କନ୍ୟା
କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପରିବାରର ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ପାଖ, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି ।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡିବ । ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିପାରନ୍ତି । ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବନାହିଁ ।
ବିଛା
ବିଛା
ଦିନସାରା ଟେନ୍ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ । ଅନୁରାଧା ନକ୍ଷତ୍ର ଭୁଲ୍‌ ରାସ୍ତାରେ ପାଦଦେଇ ଅସୁବିଧାରେ ପଡିପାରନ୍ତି । ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ । ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଟେନ୍ସନଜନିତ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ପ୍ରକାଶନ,ପ୍ରଶାସନ, ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇ ପାରନ୍ତି ।
ମକର
ମକର

ଶାରୀରିକ ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପ୍ରତୀକ୍ଷା କରିଥିବା କାୈଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି ।

କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି । କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ଏଡି ହେବ ନାହିଁ ।
ମୀନମୀନ

ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି ସମସ୍ୟା ସମାଧାନରେ ଉପନୀତ ହୋଇପାରନ୍ତି । ଅପରାହ୍ନେ ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri