Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଆଜି ଦୃଢ଼ ଓ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। କୃତ୍ତିକା ନକ୍ଷତ୍ର ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟାରେ ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ମିଳିପାରିବ।
ବୃଷ
ବୃଷ
ବନ୍ଧୁ କିମ୍ବା ସହକର୍ମୀଙ୍କ ସହଯୋଗରେ ଆଜିର କାମ ଅଟକିବ ନାହିଁ। ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ସ୍ବାର୍ଥ ହାସଲ କରିପାରନ୍ତି। ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହିବାରୁ ତିକ୍ତତା ସୃଷ୍ଟି ହେବ। ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ ହାସଲ କରିବେ। ମୃଗଶିରା ନକ୍ଷତ୍ର ରାଜନୀତି ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ଆପଣ ଉଦ୍ୟମ ଅବ୍ୟାହତ ରଖିଲେ ଯେତିକି ଓ ଯେମିତି ପାଇବା କଥା, ତାହାକୁ କିଏ ଅଟକାଇ ପାରିବେ ନାହିଁ। ଯଦିଓ ଅର୍ଥର ଅଭାବ ରହିବ ନାହିଁ ତଥାପି ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆତ୍ମବିଭୋର ହେବେ। ପୁଷ୍ୟା ନକ୍ଷତ୍ରର ବ୍ୟବସାୟ ଓ ପରିବହନରୁ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା କାମରେ ଆସିବ। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଏବଂ ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ପ୍ରଶାସନ, ପ୍ରକାଶନ, ଔଦ୍ୟୋଗିକ କର୍ମ, ବାଣିଜ୍ୟ, ଶିଳ୍ପ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। ନିଜ କାମ ସକାଶେ ପରିବାରବର୍ଗଙ୍କ ସହାୟତା ପାଇବେ।
କନ୍ୟା
ଆଜି କିଛି ପାଇବାର ଆଶା ରଖିଲେ ଦେବା ପାଇଁ ଚେଷ୍ଟା କରନ୍ତୁ। ଯାତ୍ରା କାଳରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି। ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ଅନୁଭବ କରିବେ।
ତୁଳା
ତୁଳା
ଅର୍ଥ ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ଆଜି ହଁ କିମ୍ବା ନାହିଁ କରିବେନି। ଅବଶ୍ୟ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡ଼ିପାରେ। ତରବରିଆ ଭାବରେ ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଚିତ୍ରା ନକ୍ଷତ୍ର ସକାଶେ ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଯାହା ଦୀର୍ଘଦିନ ହେଲା ହୋଇ ପାରିନଥିଲା ଆଜି ତାହାକୁ ସମ୍ପନ୍ନ କରିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ପାଇପାରିବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଅନୁରାଧାର ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
ଅତି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, କିନ୍ତୁ ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ଅବଶ୍ୟ ରହିବ। ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ। ପୂର୍ବାଷାଢ଼ା ନକ୍ଷତ୍ର ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମକର
ମକର
କୌଣସି ବ୍ୟକ୍ତିଠାରୁ ହଠାତ୍‌ କୌଣସି ଦୁଃଖଦ ଖବର ପାଇ ବିଚଳିତ ବୋଧ କରିପାରନ୍ତି। ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶ୍ରବଣା ସକାଶେ ପଡ଼ୋଶୀମାନେ ବିଭିନ୍ନ ଝାମେଲା ସୃଷ୍ଟି କରିପାରନ୍ତି। କିନ୍ତୁ ଯାତ୍ରା ସମୟରେ ଅସାବଧାନତା ହେତୁ ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଏବଂ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ

ପରିବାରରେ ଅଯଥା ବ୍ୟସ୍ତତା ପ୍ରକାଶ କରି ଅଶାନ୍ତ ରହିପାରନ୍ତି। କିନ୍ତୁ ଅନ୍ୟମାନଙ୍କ ଅସୁବିଧାକୁ ସୁଧାରିବା ସକାଶେ ସୁପରାମର୍ଶ ଦେବାରେ ପଛାଇବେ ନାହିଁ। ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ।

 

Get accurate and insightful horoscopes every day — only with 👉 Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri