Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ
ମଙ୍ଗଳ ଓ ଶନିଙ୍କ ସୁପ୍ରଭାବରୁ ଆଜିର ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେ କୌଣସି ପରିସ୍ଥିତି ହେଲେ ମଧ୍ୟ ନିକଟସ୍ଥ ବ୍ୟକ୍ତିମାନଙ୍କୁ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କିନ୍ତୁ କ୍ରୟ,ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ ନଚେତ୍‌ ଠକାମିରେ ପଡିପାରନ୍ତି।
ବୃଷ
ବୃଷ

ଶୁକ୍ର ତୃତୀୟସ୍ଥ ଯୋଗୁ ହିତୈଷୀମାନଙ୍କ ତରଫରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଭୁଲ୍‌ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିପାରେ। ସାମାଜିକ ସ୍ତରରେ ନୂତନ ଯୋଜନାରମ୍ଭ କରି ପ୍ରଶଂସିତ ହୋଇପାରନ୍ତି।

ମିଥୁନ
ମିଥୁନ
ବୁଧ କେନ୍ଦ୍ରରେ ସ୍ବଗୃହୀ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ କାମକରିବା ସକାଶେ ଉତ୍ସାହିତ ହେବେ ଓ ସାଫଲ୍ୟତା ହାସଲ କରିବେ। ଜମିଜମା କିମ୍ବା ଅର୍ଥ ସମ୍ପର୍କୀୟ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ଯାତ୍ରା କାଳରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ରାଶ୍ୟାଧିପ ପାପଯୁକ୍ତ ହୋଇ ବ୍ୟୟଭାବସ୍ଥ ଯୋଗୁଁ ପାରିପାର୍ଶ୍ୱିକ ସ୍ତରରେ କୌଣସି ବ୍ୟତିକ୍ରମ ଦୁଶ୍ଚିନ୍ତାର କାରଣ ହେବ। ଅଫିସିଆଲି ସ୍ତରରୁ ଅଚାନକ ଭାବରେ ଶୁଭଖବର ଶୁଣି ଖୁସି ହେବେ। ଚେଷ୍ଟା କରୁଥିବା କାମରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ବଳବାନ୍‌ ରବି ନିଜ ରାଶିରେ ପ୍ରଭାବଶାଳୀଜନିତ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା କାରଣରୁ ସାମୟିକ ଖୁସୀ ରହିବେ। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟଜନକ ସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ।
କନ୍ୟା
କର୍ମାଧିପ ରାଶିରେ ରହି ସ୍ବାସ୍ଥ୍ୟ ଓ କର୍ମକ୍ଷେତ୍ରର ସମସ୍ୟାକୁ ସୁଧାରି ନେବାରେ ସାହାଯ୍ୟ କରିବେ। ଆଜିର ଆଲୋଚନା କାଳରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ତୁଳା
ତୁଳା
ଶତ୍ରୁଗୃହୀ ଶୁକ୍ର ପ୍ରଭାବରେ ଅଧିକାଂଶ ସମୟ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବାର ସମ୍ଭାବନା ରହିଛି। ଅଧ୍ୟୟନ, ଅଧ୍ୟାପନା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବିଛା
ବିଛା
ଖୁବ୍‌ କମ୍‌ ସମୟ ମଧ୍ୟରେ କର୍ମକ୍ଷେତ୍ରରେ ଲାଗି ରହିଥିବା ବ୍ୟସ୍ଥତା ଦୂର ହୋଇଯିବ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ନ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ କଳହ ସୃଷ୍ଟିର ଆଶଙ୍କା ଦେଖାଦେଇପାରେ। ମୂଳା ନକ୍ଷତ୍ର ପାଇଁ ଭଲସମ୍ପର୍କ ଥିବା ବ୍ୟକ୍ତିଟି ସାମାନ୍ୟ କଥାରେ ମୁହଁ ଫେରାଇ ନେଇପାରେ। କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର

ପାପଗ୍ରସ୍ତ ଚନ୍ଦ୍ରଙ୍କ ଯୋଗୁ ଭୁଲ୍‌ବୁଝାମଣାବଶତଃ ନିଜ ଲୋକମାନେ ଶତ୍ରୁତା କରିପାରନ୍ତି। ପୂର୍ବ ସ୍ଥିରୀକୃତ ଯୋଜନାଗୁଡିକ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଶୁଭପ୍ରଦ ରହିବ।

କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ଉପୁଜିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ଦ୍ୱାରା ସମସ୍ୟା ବଢବ ସିନା କମିବ ନାହିଁ। ପୂର୍ବଭାଦ୍ରବ ନକ୍ଷତ୍ରର କର୍ମକ୍ଷେତ୍ର ପୂର୍ବ ଦିନମାନଙ୍କ ଭଳି ଆଜି ମଧ୍ୟ ରହିବ।
ମୀନମୀନ

ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ଏଣୁ ସତର୍କତା ଅବଲମ୍ବନ କରିପାରିଲେ ଉପକୃତ ହେବେ। ଅନ୍ୟମାନଙ୍କଠାରୁ ପରାମର୍ଶ ଗ୍ରହଣ କରିବା ସହ ନିଜ ମନକୁ ଯେପରି ଆସୁଛି ସେପରି କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri