Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍‌ ୪ ତାରିଖ – Daily Horoscope

ମେଷ
ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ସଫଳତା ପାଇବା କଷ୍ଟକର ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହେବ।
ବୃଷ
ବୃଷ
ରବି ପାପଗ୍ରହ ଯୁକ୍ତ ହେତୁ ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ଏମିତି କେତେକ କଥା ପରିବାର ଭିତରେ ରହିଛି ଯାହା ଚାହିଁ ବି କାହାକୁ କହିପାରିବେ ନାହିଁ। ଅବହେଳାବଶତଃ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରି ନ ପାରି ଦୁଃଖ କରିବେ।
ମିଥୁନ
ମିଥୁନ
ରାଶିରେ ଶୁକ୍ର ରହିଥିବାରୁ ଦିନଟି ଆନନ୍ଦ ମଧ୍ୟରେ ଅତିବାହିତ ହେବ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ କରିପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସମ୍ପର୍କ ହାନି ଘଟିବା ସହ କର୍ମକ୍ଷେତ୍ର ଦୁର୍ବଳ ରହିବ। ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ଧାତୁ,ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁଙ୍କ ଜରିଆରେ ସ୍ଥଗିତ କାମକୁ ପୁନଃ ଆରମ୍ଭ କରିପାରନ୍ତି।
ସି˚ହ
ସି˚ହ
ପାପଗ୍ରହଯୁକ୍ତ ଧନାଧିପତି ଯୋଗୁ ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ଶନିକ୍ଷେତ୍ରସ୍ଥ ଗୁରୁ କାରଣରୁ ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ ବ୍ୟକ୍ତିଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣ କଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ତୁଳା
ତୁଳା
ବଳବାନ ଶନି ହେତୁ କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। ପରିବାରର ଆବଶ୍ୟକତା ଅନୁଭବ କରି ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ବିଛା
ବିଛା
ଶୁଭ ଚନ୍ଦ୍ର ପ୍ରଭାବରୁ ନିଜର ଇଚ୍ଛା ଅନୁଯାୟୀ କାମ ଗୁଡିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। ଅନ୍ୟ ମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ। ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।
ଧନୁ
ଧନୁ
ଚନ୍ଦ୍ର ସ୍ଥିତି ଜନିତ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ। ସ୍ବାସ୍ଥ୍ୟପ୍ରତି ସଚେତନ ରହି କାମ କରିବା ଭଲ ହେବ।
ମକର
ମକର
ଶନି ଓ ଶୁକ୍ରଙ୍କ ସ୍ଥିତିଜନିତ ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
କେତୁଙ୍କ କୁପ୍ରଭାବରୁ କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାନ୍ତୁ।
ମୀନମୀନ
ଅଷ୍ଟମାଧିପ ଶୁକ୍ର ପ୍ରଭାବରେ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ। ଅଳଙ୍କାର, ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri