Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୨୧ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହ ଆଲୋଚନା କାଳରେ ମନକଥାକୁ ମନ ଭିତରେ ଚାପିରଖିବାକୁ ପଡ଼ିପାରେ। ବିଭିନ୍ନ ବାଟରେ ଅର୍ଥବ୍ୟୟ ଜନିତ ପରିବାରରେ ମତାନ୍ତର ସୃଷ୍ଟିହେବ। ପାଖ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ପରେ ଅନୁତାପ କରିବେ। ବ୍ୟବସାୟିକ ସ୍ଥିତି ମଧ୍ୟମ ପ୍ରକାର ରହିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ସାମାନ୍ୟ ବିଶ୍ରାମ ସୁଯୋଗ ପାଇବା କଷ୍ଟକର ହୋଇପାରେ। କର୍ମକ୍ଷେତ୍ରରେ ବୁଝାମଣା ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଛୋଟ କଥାକୁ ବଡ଼ ଆକାରରେ ଚିନ୍ତାକରି ପରିବାରରେ କଳହ ଲାଗିବ। ହାତ ଖାଲି ନ ରହିଲେ ମଧ୍ୟ ଆଶାନୁରୂପ ଫଳ ପାଇପାରିବେ ନାହିଁ।
ମିଥୁନ
ମିଥୁନ
ପରିବାରରେ ମତଭେଦ କାରଣରୁୁ କଳହ ସୃଷ୍ଟି ହୋଇପାରେ। ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ପରୋକ୍ଷ ଶତ୍ରୁତା କାରଣରୁ ସହକର୍ମୀ କେହି ବିଶୃଙ୍ଖଳା ପ୍ରଦର୍ଶନ କରିପାରନ୍ତି। କାମ ହାସଲ କରିବେ ମାତ୍ର ଏଥିପାଇଁ ବହୁତ ହଇରାଣ ହେବାକୁ ପଡ଼ିବ।
କର୍କଟ
କର୍କଟ
ଆଜି ହଠାତ୍‌ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। ପୁନଶ୍ଚ କର୍ମକ୍ଷେତ୍ରରେ ମଧ୍ୟ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।
ସି˚ହ
ସି˚ହ
ଭ୍ରମଣଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ବିବାଦୀୟ ଘଟଣାରେ ଆମତ୍ୀୟଙ୍କ ସାନ୍ତ୍ବନା ମନରେ ଆଶ୍ୱସ୍ତି ଭରିପାରେ। ଘର ଅପେକ୍ଷା ବାହାରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଦୀର୍ଘ ଦିନରୁ ରହି ଆସିଥିବା ବକେୟା ଟଙ୍କା ଆଜି ପାଇବେ।
କନ୍ୟା
ନିରଳସ କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କହିବାରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ସ୍ବାର୍ଥହାନି ଆଳ ଦେଖାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବା ସମୟରେ ସମସ୍ୟା ଉପୁଜିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନକରି ଉଚ୍ଚ ପ୍ରଶଂସିତ ହେବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ବନ୍ଧୁମାନଙ୍କୁ ସୁପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ଆମତ୍ତୃପ୍ତି ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ଯାହା କରନ୍ତୁନା କାହିଁକି, ଆଜି ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ସବୁ ଭଲ ହେଲେ ମଧ୍ୟ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ନିଜ ନିଜର ସ୍ବାର୍ଥସାଧନ ମାନସରେ ନିଜ ଲୋକମାନେ ଦାଉ ସାଧିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପୂର୍ବାଷାଢ଼ା ନକ୍ଷତ୍ର ହାତପାହାନ୍ତାରେ ସୁଯୋଗ ପାଇବେ।
ମକର
ମକର
ବହୁ ଦିନରୁ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ପରିସ୍ଥିତିରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ଗହଣରେ ମାଙ୍ଗଳିକ କାମରେ ବ୍ୟସ୍ତ ରହିବେ।
ମୀନମୀନ
ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ,ଯାହାକି ସମସ୍ୟା ସୃଷ୍ଟି କରିପାରେ। କେତେକ ଘଟଣାରେ ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri