Posted inRasifala

ରାଶିଫଳ: ଶୁକ୍ରବାର , ଫେବୃୟାରୀ ୨୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସ୍ଥଗିତ ରହିଥିବା କାମଗୁଡ଼ିକ ସହଯୋଗଭିତ୍ତିରେ ଆଗକୁ ଆଗକୁ ବଢ଼ିଚାଲିବ। ବ୍ୟବସାୟରେ ଟେନ୍‌ସନ ଲାଗି ରହିବ, କିନ୍ତୁ କ୍ଷତିର ପ୍ରଶ୍ନ ନାହିଁ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ବୃଷ
ବୃଷ
ଆଜି କୌଣସି ବନ୍ଧୁଙ୍କ ନିକଟରୁ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। ପରିବାରର ଅପବ୍ୟୟ ଦୁଶ୍ଚିନ୍ତାର କାରଣ ହୋଇପାରେ। ନିକଟ ସମ୍ପର୍କୀୟଙ୍କ ପାରିବାରିକ କଥାରେ କୌତୂହଳ ହୋଇ କଳହକୁ ଆମନ୍ତ୍ରଣ କରିପାରନ୍ତି। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।
ମିଥୁନ
ମିଥୁନ
ଦୀର୍ଘଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ରାଜନୈତିକ ସ୍ତରରେ ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ଆଲୋଚନା ପରିସରରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ।
କର୍କଟ
କର୍କଟ
ଗତକାଲିଠାରୁ ସମସ୍ୟା ବିଜଡ଼ିତ କର୍ମକ୍ଷେତ୍ରର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ଅଜଣା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ନୂତନ କର୍ମସଂସ୍ଥାନ ଲାଗି ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ସି˚ହ
ସି˚ହ
ବନ୍ଧୁ ଗହଣରେ ମନୋରଞ୍ଜନରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ପାରିବାରିକ ଅସ୍ଥିରତା ଲାଗିରହିଲେ ମଧ୍ୟ କାମ ଅଟକିବ ନାହିଁ। ଆକସ୍ମିକ ଆବଶ୍ୟକତା କାରଣରୁ ଅର୍ଥାଭାବ ସାମୟିକ ବିଚଳିତ ଭାବ ସୃଷ୍ଟି କରିବ। ଆଣ୍ଠୁଗଣ୍ଠି ରୋଗ ପୀଡ଼ାରେ ଯନ୍ତ୍ରଣା ଅନୁଭବ କରିବେ।
କନ୍ୟା
କଠିନ ଶ୍ରମ ଓ ସମୟ ବିନିଯୋଗ କରି ମଧ୍ୟ ମନମୁତାବକ କାମ ନ ହେବା ଯୋଗୁ କ୍ଷୁବ୍ଧ ହେବେ। ଆଜିର କର୍ମକ୍ଷେତ୍ରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା ବଳବତ୍ତର ହେବ।
ତୁଳା
ତୁଳା
ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ। କ୍ରୀଡ଼ା, ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ଆନୁଷ୍ଠାନିକ କାମରେ ସତର୍କରେ ନ ଚଳିଲେ ବିବାଦଘେରରେ ପଡ଼ିବେ।
ବିଛା
ବିଛା
ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। କର୍ମକ୍ଷେତ୍ରରୁ ଅବହେଳା ଅଭିଯୋଗ ପ୍ରତି ସତର୍କ ରୁହନ୍ତୁ। ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ଏବଂ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ। ଗୁରୁଜନଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ଉପକୃତ ହେବେ। ପଡ଼ୋଶୀଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟ କଲେ ସଫଳତା ପାଇବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି ଅବଶ୍ୟ ବିଶେଷ ଗୁରୁତର ହେବନାହିଁ। ଆମତ୍ୀୟମାନଙ୍କ ନିକଟରୁ ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଶତ୍ରୁ ଆପଣଙ୍କ ପଛରେ ଛାଇଭଳି ଲାଗିରହିବେ କିନ୍ତୁ କିଛି କ୍ଷତି କରିପାରିବେ ନାହିଁ।
ମକର
ମକର
ବନ୍ଧୁଙ୍କ ସହ ଅଯଥା ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ଦୀର୍ଘଦିନର ଚିକିତ୍ସା ପରେ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଖୁସୀ ହେବେ। ପଢ଼ାରେ ଅବହେଳା ଓ ଅମନଯୋଗୀ କାରଣରୁ ସନ୍ତାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ରହିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ ତାହା ସହଜ ଓ ସୁବିଧାରେ ହାସଲ କରିବେ। ବ୍ୟବସାୟିକ କ୍ଷେତ୍ରରେ ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ୍‌ ହେବେ। କଠୋର ପରିଶ୍ରମ କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲକ୍ଷ୍ୟ ହାସଲ କରିବେ। ହଠାତ୍‌ କାହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ।
ମୀନମୀନ
ଆକସ୍ମିକ ତର୍କ ଓ ବିବାଦ ବୃଦ୍ଧି ପାଇବା କାରଣରୁ ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ବିବାଦୀୟ ଘଟଣାରେ ବିଜୟୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri