Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୨୮ ତାରିଖ – Daily Horoscope

ମେଷ
କଠୋର ଶ୍ରମଜନିତ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତହେବା ସମ୍ଭାବନା ରହିଛି। ଅଶ୍ୱିନୀ ନକ୍ଷତ୍ର ସକାଶେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲରେ ବିତିବ।
ବୃଷ
ବୃଷ
ସମସ୍ୟା ମଧ୍ୟରେ ଗତିକରି ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାକୁ ପ୍ରଚେଷ୍ଟା ଫଳବତୀ ହେବ। ଅଫିସ୍‌ରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ସହକର୍ମୀ ବିବାଦଗ୍ରସ୍ତ କରିି କାର୍ଯ୍ୟକୁ ସାମୟିକ ଅଟକାଇ ଦେଇପାରନ୍ତି। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅନ୍ୟମାନଙ୍କ ସହ ତୁଳାନାମତ୍କ ବିଚାର ଦ୍ୱାରା ନିଜକୁ ହେୟ ମନେକରିପାରନ୍ତି। ମୃଗଶିରା ନକ୍ଷତ୍ର ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ପୂର୍ବ ନିର୍ଦ୍ଧାରିତ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଆଜିର ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବ।
ସି˚ହ
ସି˚ହ
ଉପରିସ୍ଥ କର୍ମଚାରୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନାହିଁି। ବ୍ୟବସାୟ କ୍ଷେତ୍ରରୁ ଅଂଶଧନ ହିସାବରେ ଅଧିକ ଧନ ପାଇ ଖୁସି ହେବେ। ତଥାପି ପାରିବାରିକ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା
କହିଥିବା ପ୍ରକାରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଦୀର୍ଘଦିନର ଆଶା ପୂରଣ ହେବା ସାଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ନୂତନ କର୍ମସସ୍ଥାନ ପାଇଁ ମନ ବଳାଇପାରନ୍ତି।
ତୁଳା
ତୁଳା
ଆଜି ଅର୍ଥ ଓ ସମ୍ମାନ ପାଇବା ସାଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ସାମାଜିକ ସ୍ତରରେ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ସ୍ବାତୀ ନକ୍ଷତ୍ର ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ପ୍ରତିବନ୍ଧକ କାରଣରୁ ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ପରିବାରରେ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଆଶା ପୂରଣ ହୋଇଯିବାରୁ ଅନୁରାଧା ନକ୍ଷତ୍ରର ମାନସିକ ଅବସାଦ ଦୂରହେବ।
ଧନୁ
ଧନୁ
ଧୌର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ,ଅବଶ୍ୟ ଉପକାର ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି , ଏଣୁ ସାବଧାନ ରହିବା ଭଲ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ପରୋକ୍ଷ ସମାଲୋଚନାରୁ ବାଦ୍‌ ପଡ଼ିବେ ନାହିଁ। ନିର୍ମାଣାଧୀନ କାମ,ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
ଆଜିର ସକାଳ ଯାତ୍ରା ବେଶ୍‌ ପ୍ରତିପ୍ରଦ ରହିବ। ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। ଅଫିସ୍‌ରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କିଛି କହି ନ ପାରିଲେ ମଧ୍ୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।
କୁମ୍ଭ
କୁମ୍ଭ
ଆଶା କରିଥିବା ଖବରଟି ପଡ଼ୋଶୀଙ୍କଠାରୁ ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସହକର୍ମୀମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମୀନମୀନ
ବିଭିନ୍ନ ପ୍ରକାର ଅତୀତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟର ଉପକାର ଚିନ୍ତାକରି ସମସ୍ୟା ଜାଲରେ ପଡ଼ିବେ। କୌଣସି କାମରେ ଅଧୈର୍ଯ୍ୟ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri