Posted inRasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୨୮ ତାରିଖ – Daily Horoscope

ମେଷ
କଠୋର ଶ୍ରମଜନିତ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତହେବା ସମ୍ଭାବନା ରହିଛି। ଅଶ୍ୱିନୀ ନକ୍ଷତ୍ର ସକାଶେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲରେ ବିତିବ।
ବୃଷ
ବୃଷ
ସମସ୍ୟା ମଧ୍ୟରେ ଗତିକରି ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାକୁ ପ୍ରଚେଷ୍ଟା ଫଳବତୀ ହେବ। ଅଫିସ୍‌ରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ସହକର୍ମୀ ବିବାଦଗ୍ରସ୍ତ କରିି କାର୍ଯ୍ୟକୁ ସାମୟିକ ଅଟକାଇ ଦେଇପାରନ୍ତି। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅନ୍ୟମାନଙ୍କ ସହ ତୁଳାନାମତ୍କ ବିଚାର ଦ୍ୱାରା ନିଜକୁ ହେୟ ମନେକରିପାରନ୍ତି। ମୃଗଶିରା ନକ୍ଷତ୍ର ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ପୂର୍ବ ନିର୍ଦ୍ଧାରିତ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଆଜିର ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବ।
ସି˚ହ
ସି˚ହ
ଉପରିସ୍ଥ କର୍ମଚାରୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନାହିଁି। ବ୍ୟବସାୟ କ୍ଷେତ୍ରରୁ ଅଂଶଧନ ହିସାବରେ ଅଧିକ ଧନ ପାଇ ଖୁସି ହେବେ। ତଥାପି ପାରିବାରିକ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା
କହିଥିବା ପ୍ରକାରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଦୀର୍ଘଦିନର ଆଶା ପୂରଣ ହେବା ସାଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନାରୁ ଖୁସି ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ନୂତନ କର୍ମସସ୍ଥାନ ପାଇଁ ମନ ବଳାଇପାରନ୍ତି।
ତୁଳା
ତୁଳା
ଆଜି ଅର୍ଥ ଓ ସମ୍ମାନ ପାଇବା ସାଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ସାମାଜିକ ସ୍ତରରେ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ସ୍ବାତୀ ନକ୍ଷତ୍ର ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ପ୍ରତିବନ୍ଧକ କାରଣରୁ ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ପରିବାରରେ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଆଶା ପୂରଣ ହୋଇଯିବାରୁ ଅନୁରାଧା ନକ୍ଷତ୍ରର ମାନସିକ ଅବସାଦ ଦୂରହେବ।
ଧନୁ
ଧନୁ
ଧୌର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ,ଅବଶ୍ୟ ଉପକାର ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି , ଏଣୁ ସାବଧାନ ରହିବା ଭଲ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ପରୋକ୍ଷ ସମାଲୋଚନାରୁ ବାଦ୍‌ ପଡ଼ିବେ ନାହିଁ। ନିର୍ମାଣାଧୀନ କାମ,ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
ଆଜିର ସକାଳ ଯାତ୍ରା ବେଶ୍‌ ପ୍ରତିପ୍ରଦ ରହିବ। ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। ଅଫିସ୍‌ରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କିଛି କହି ନ ପାରିଲେ ମଧ୍ୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।
କୁମ୍ଭ
କୁମ୍ଭ
ଆଶା କରିଥିବା ଖବରଟି ପଡ଼ୋଶୀଙ୍କଠାରୁ ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସହକର୍ମୀମାନଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମୀନମୀନ
ବିଭିନ୍ନ ପ୍ରକାର ଅତୀତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଧାତୁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟର ଉପକାର ଚିନ୍ତାକରି ସମସ୍ୟା ଜାଲରେ ପଡ଼ିବେ। କୌଣସି କାମରେ ଅଧୈର୍ଯ୍ୟ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri