Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ
କର୍ମାଧିପ ଏକାଦଶସ୍ଥ ଯୋଗୁ ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ ଆନୁଷ୍ଠାନିକ କାମରେ ନିୟୋଜିତ ହୋଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାଜନକ ସୁଫଳ ପାଇବେ। ସାହିତ୍ୟ, କଳା, ବୈଷୟିକ ଓ ସାଂସ୍କୃତିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ବନ୍ଧୁଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜ କାମକୁ ଅବହେଳା କରିବେ। କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଅତ୍ୟାବଶ୍ୟକ କାମ ସକାଶେ ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ସାହିତ୍ୟ, ସଂସ୍କୃତି ଓ ଆନୁଷ୍ଠାନିକ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ରାଶ୍ୟାଧିପ ଭାଗ୍ୟସ୍ଥ ହେତୁ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ। ଏକ ନିର୍ଦ୍ଦିଷ୍ଟ କାର୍ଯ୍ୟ ସକାଶେ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯାଇପାରେ। ପୁନର୍ବସୁ ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସହ ନୂଆ ବ୍ୟବସାୟଟିଏ ଯୋଡି ପାରନ୍ତି।
କର୍କଟ
କର୍କଟ
ନିଜ ରାଶିରେ ଚନ୍ଦ୍ର ଥିବାରୁ ଦହିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। ଦୀର୍ଘଦିନରୁ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କୃତି ଓ କୃତିତ୍ୱଲାଭ ସକାଶେ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ। ଭାବପ୍ରବଣତା ପରିହାର କଲେ କେତେକାଂଶରେ ଉପକୃତ ହେବେ।
ସି˚ହ
ସି˚ହ
ରବିଙ୍କ ସହ ଶନିଙ୍କ ସଂଯୋଗରୁ ମାନସିକ ସ୍ଥିରତା ନ ରହିଲେ ମଧ୍ୟ ପ୍ରତ୍ୟେକ କାମ କରିବାକୁ ବାଧ୍ୟ ହେବେ। ସାଧାରଣ କଥାରେ ବନ୍ଧୁମାନଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମସ୍ୟା ଆସିପାରେ। ସଭାସମିତିରେ ଯୋଗଦେଲେ ସଫଳତା ହାସଲ କରିବେ।
କନ୍ୟା
ସ୍ଥଗିତ କାମକୁ ପୂରାଦ୍‌ମରେ କରି ସଫଳତା ହାସଲ କରିବେ। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଆତ୍ମୀୟମାନଙ୍କ ପ୍ରଚେଷ୍ଟାରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ।
ତୁଳା
ତୁଳା
ସହକର୍ମୀଙ୍କ ଅସହଯୋଗ କାରଣରୁ କାର୍ଯ୍ୟକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବ। ଆଗାମୀ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଘର ସାଜସଜ୍ଜାରେ ମଜିରହିପାରନ୍ତି। ପାରିବାରିକ ସହମତି ମଧ୍ୟରେ କୌଣସି ନୂତନ କର୍ମାରମ୍ଭ କରିପାରନ୍ତି।
ବିଛା
ବିଛା
ନିଜଲୋକମାନଙ୍କ ଅନାଦର ଭାବରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଦୀର୍ଘଦିନାନ୍ତେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଅର୍ଥସଂକଟ କ୍ରମଶଃ ଦୂରୀଭୂତ ହେବା କାରଣରୁ ସାମୟିକ ଖୁସି ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ବହୁତ ଭଲ ରହିବ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। ଅର୍ଥ ସଂକଟ ଦୂରେଇବା ଲାଗି ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଆନୁଷ୍ଠାନିକ କାମ, ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି ଓ ସାଂସ୍କୃତିକ କାର୍ଯ୍ୟ ସକାଶେ ଦିନଟି ବହୁତ ଭଲ। ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ମକର
ମକର
ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଦୀର୍ଘ ଦିନ ପରେ ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତିଲାଭ କରିବେ। ପ୍ରକାଶନ, କ୍ରୀଡା, ଚଳଚ୍ଚିତ୍ର ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ଧନସ୍ଥାନରେ ଶୁକ୍ର ଓ ବୃହସ୍ପତି ଥିବାଜନିତ ବୈଷୟିକ ଅଭିବୃଦ୍ଧି ସାଙ୍ଗକୁ ବହୁ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଅନ୍ୟଦ୍ୱାରା ପ୍ରଭାବିତ ହେଲେ ବହୁତ ଭୁଲ୍‌ କରିବେ। କଳା, ସାହିତ୍ୟରେ ଉନ୍ନତି କରି ପ୍ରଶଂସିତ ହୋଇପାରନ୍ତି। ଜମିଜମା କାରବାର, କଚେରି ମାମଲା, ନୂତନ ଯାନବାହନ ଲାଭ ଯୋଗ ରହିଛି।
ମୀନମୀନ
ସ୍ବାସ୍ଥ୍ୟାବସ୍ଥା କ୍ରମଶଃ ଉନ୍ନତ ସ୍ତରକୁ ଫେରି ଆସିବାରୁ ଆଶ୍ୱସ୍ତିଲାଭ କରିବେ। ଶିଳ୍ପ, ବାଣିଜ୍ୟ, ଆନୁଷ୍ଠାନିକ କାମରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହୁଥିବାରୁ କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ପରିବାରର ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସଭାସମିତିରେ ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ବନ୍ଧୁମାନଙ୍କ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?