Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ
କୃତ୍ତିକା ନକ୍ଷତ୍ରର କାମ ହାସଲ ପରିପ୍ରେକ୍ଷୀରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ସାମାଜିକ ସ୍ତରରେ ବନ୍ଧୁଙ୍କ ମହଲରେ ପ୍ରଶଂସାର ପାତ୍ର ହେବେ। ପାରିବାରିକ ସ୍ତରରେ ସାଧାରଣ କଥାକୁ ନେଇ ଭାବାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ।
ବୃଷ
ବୃଷ
ଦୁଃସାହସିକ କାମରେ ପ୍ରବେଶ କରି ଅନୁତାପ କରିବାକୁ ପଡ଼ିପାରେ। ଏଣେ ଘରୋଇ କ୍ଷେତ୍ରରେ ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ସାଧାରଣ କଥାରେ ଟେନ୍‌ସନ ବଢ଼ିଯିବ। ରୋହିଣୀ ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ର ସମସ୍ୟାବହୁଳ ରହିବ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ଅନୁଭବ କରିବେ। ଗଣ ଯୋଗାଯୋଗ, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ପୁନର୍ବସୁ ନକ୍ଷତ୍ରର କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅଯାଚିତ ଭାବରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଦୀର୍ଘ ସମସ୍ୟାର ଅନ୍ତ ଘଟାଇ କର୍ମକ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ପାରିବାରିକ, ପ୍ରଶାସନ, ପ୍ରକାଶନ ଓ ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପୁଷ୍ୟା ନକ୍ଷତ୍ର ପିଲାଙ୍କ ଉଚ୍ଛୃଙ୍ଖଳ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ଦୃଢ଼ ପଦକ୍ଷେପ ନେବା ହେତୁ କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ମଘା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ, ନୂତନ ଗୃହ ପ୍ରବେଶ ସକାଶେ ପୂର୍ବାଲୋଚନା କରିପାରନ୍ତି। ଋଣ ପରିଶୋଧ କରିବା ସକାଶେ କରଜଦାତାଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି।
କନ୍ୟା
ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି, ସେଥିରେ ଅବଶ୍ୟ ଶୁଭଫଳ ପାଇବେ। ଅଫିସ୍‌ରେ ଥିବା ସମୟରେ କୌଣସି ବ୍ୟକ୍ତିଙ୍କଠାରୁ ଶୁଭଖବର ପାଇ ଉଲ୍ଲସିତ ହେବେ। ବନ୍ଧୁ ଗହଣରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ହସ୍ତା ନକ୍ଷତ୍ରର ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ସ୍ଥାପନ କରିବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ର ପରିବାରରେ ନିଜ ଲୋକମାନଙ୍କ ସାଧାରଣ କଥାରେ ଉତ୍‌କ୍ଷିପ୍ତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ନିକଟସ୍ଥ ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା, ଆଦର ପାଇ ନିଜକୁ ଗର୍ବିତ ମନେକରିବେ। ଭଲ ସମ୍ପର୍କ ନଥିବା ବ୍ୟକ୍ତି ମାନଙ୍କ ଅପପ୍ରଚାର ସମ୍ବନ୍ଧୀୟ ଶୁଣା କଥାକୁ ଆଦୌ ବିଶ୍ୱାସ କରନ୍ତୁ ନାହିଁ।
ବିଛା
ବିଛା
ଭଲ କାମ କରି ମଧ୍ୟ ନିଜର କେତେକ ସମସ୍ୟା ହେତୁ ମନଟା ଚହଲି ଯାଇପାରେ। ପାରିବାରିକ ଦୁଶ୍ଚିନ୍ତା ବୃଦ୍ଧି ପାଇବା କାରଣରୁ ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ଆଶା କରୁଥିବା ସ୍ଥାନରୁ ସହସା ଧନପ୍ରାପ୍ତି ହୋଇପାରେ। ଜ୍ୟେଷ୍ଠା ନକ୍ଷତ୍ର ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ବିଶେଷ ଉନ୍ନତି ଦେଖାନଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। କର୍ମକ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହେବେ। ଆଲୋଚନା ପରିସରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇ ପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ରର ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
ମକର
ମକର
ଶ୍ରବଣା ନକ୍ଷତ୍ରର ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଘର ଲୋକମାନଙ୍କ ଅନୁରୋଧରେ ମନୋରଞ୍ଜନ ଜିନିଷ କ୍ରୟ କରିବେ। ଧାତୁ ଅଳଙ୍କାର ସମ୍ବନ୍ଧୀୟ ଦ୍ରବ୍ୟଲାଭ, ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲ ରହିବ। ନିର୍ମାଣ, ମାଲିମକଦ୍ଦମା, ଜମିଜମା କାରବାର ଧିମେଇ ଯିବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ସମ୍ପୂର୍ଣ୍ଣ ଭାବେ ସନ୍ତୋଷ ଆସିବ ନାହିଁ। ଶତଭିଷା ନକ୍ଷତ୍ର ନିଜ ପରିସରର ବ୍ୟକ୍ତିବିଶେଷଙ୍କ ଦ୍ୱାରା ଆଦୃତି ଲାଭ କରିବେ। ସାମୟିକ ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବ୍ୟବସାୟ, ବାଣିଜ୍ୟ, ପ୍ରଶାସନ, ପ୍ରଶାସନିକ ସ୍ତରରେ ସଫଳତା ହାସଲ କରି ଖୁସି ଅନୁଭବ କରିବେ।
ମୀନମୀନ
ଅଧିକାଂଶ ସମୟ ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟିର ସହାୟକ ହୋଇପାରନ୍ତି। ଅଫିସ୍‌ର ଗୋପନୀୟ ବିଷୟ ବନ୍ଧୁଙ୍କୁ କହିଦେବା ଫଳରେ କିଛି ସମସ୍ୟା ଆସିପାରେ। କଠୋର ମାନସିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ଉତ୍ତରଭାଦ୍ରବ ନକ୍ଷତ୍ର ନିଜ ମନ ପସନ୍ଦର ଜିନିଷ ଲାଭ କରି ଏକ ପ୍ରକାର ଖୁସି ରହିବେ। କୋର୍ଟ ମାମଲା ଫଳ ଫଳପ୍ରଦ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?