Posted inRasifala

ରାଶିଫଳ: ଶନିବାର , ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ
ଆଜି କେତୁଯୁକ୍ତ ଚନ୍ଦ୍ର ସପ୍ତମସ୍ଥ ଯୋଗୁ ଘର, ପରିବାର, ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତିି। ଯାତ୍ରା, ପ୍ରତିଯୋଗିତା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ନୂତନ କର୍ମାରମ୍ଭ ସକାଶେ ନିଷ୍ପତ୍ତି ନେଇପାରନ୍ତି। ଉପରିସ୍ଥଙ୍କ ଅନୁକମ୍ପା କାର୍ଯ୍ୟ ହାସଲରେ ସାହାଯ୍ୟ କରିବ।
ବୃଷ
ବୃଷ
କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାକୁ ଚେଷ୍ଟା କରି ସଫଳତା ପାଇବେ। ମନରେ ଉତ୍ତେଜନା ଲାଗିରହିବା ଫଳରେ ଚିଡ଼ିଚିଡ଼ା ମନୋଭାବ ପରିଲକ୍ଷିତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ। ମାଙ୍ଗଳିକ କାମ ସକାଶେ କୌଣସି ବିଳାସ ଉପକରଣ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ପାପଗ୍ରହ ମଧ୍ୟସ୍ଥ ଶୁକ୍ର ଓ ବୃହସ୍ପତି ଜନିତ ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା ପାଇଁ ଦିନଟି ବହୁତ ଭଲ। ଅସମର୍ଥତ୍ତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
ରାହୁଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍‌କାମ କରିପାରନ୍ତି। ବିତର୍କଜନିତ ପରିବାରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଋଣ ପରିଶୋଧକୁ କେନ୍ଦ୍ରକରି କରଜଦାତାଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ଅନୁକୂଳ ପରିବେଶ ସୃଷ୍ଟିହେବ। ସ୍ବାର୍ଥସାଧନରେ ବିଫଳତାକୁ ନେଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଜମିଜମା କିଣାବିକା ବାବଦରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
କନ୍ୟା
ନୀଚାରୋହୀ ବୁଧଜନିତ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାରିବାରିକ ସ୍ତରରେ ନୀରବଦ୍ରଷ୍ଟା ଭଳି କାମ କରି ପରେ ଚିନ୍ତିତ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସୂଚନା ରହିଛି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମାଧିପ ରାଶିରେ ଥିବାରୁ ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହେବ। ବିଶେଷ ଭ୍ରମଣ କାରଣରୁ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କୌଣସି କାମ ହାସଲ ପାଇଁ ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ବିବାଦୀୟ ଘଟଣାରେ ସଫଳତା ବିଳମ୍ବରେ ପାଇବେ।
ବିଛା
ବିଛା
କର୍ମାଧିପ ଅଷ୍ଟମାଧିପତି ଯୁକ୍ତ କାରଣରୁ ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମସ୍ୟା ଭୋଗିବେ। ପଡ଼ୋଶୀଙ୍କ ସହ ମଧୁର ସମ୍ପର୍କ ସାହାଯ୍ୟକାରୀ ହେବ।
ଧନୁ
ଧନୁ
ଶନି ଓ ବୁଧଙ୍କ ସଂଯୋଗ ହେତୁ ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାଂଗଠନିକ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାର ଆଶଙ୍କା ରହିଛି।
ମକର
ମକର
ଗୁରୁ ସହ ଶୁକ୍ରଙ୍କ ସଂଯୋଗ ହେତୁ ସବୁ ସମୟରେ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାବୁଥିବା କାମଟି ସକାଶେ ସହଯୋଗ ଆଶା ରଖିବେ କିନ୍ତୁ ବନ୍ଧୁଙ୍କୁ କହିପାରିବେ ନାହିଁ। ବିବାଦୀୟ ଘଟଣା ଅପରାହ୍ନେ ସମାଧାନ ହୋଇଯିବାର ଆଶା ରହିଛି।
କୁମ୍ଭ
କୁମ୍ଭ
ବ୍ୟୟାଧିପ ରାଶିସ୍ଥ ଯୋଗୁ ପରିବାରର ଖର୍ଚ୍ଚ ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିବେ। ବିଭିନ୍ନ ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ମୀନମୀନ
ଉଚ୍ଚସ୍ଥ ଶୁକ୍ର ରାଶ୍ୟାଧିପ ସହ ଥିବାରୁ ନୂତନ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ। ବୁଝାମଣା ମାଧ୍ୟମରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ବଡ଼ ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri