Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ। ବହୁ ଦିନରୁ ଅଟକି ରହିଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ବାରମ୍ବାର ଚେଷ୍ଟାକରି ମଧ୍ୟ ଅସଫଳତା ହେତୁ ନିଜ ଲୋକଙ୍କ ଉପରେ ଲଘୁକ୍ରୋଧ ପ୍ରକାଶ କରିବେ। କର୍ମକ୍ଷେତ୍ରରେ ସହକର୍ମୀକୁ ସାହାଯ୍ୟକରି ଆମତ୍ସନ୍ତୋଷ ଲାଭ କରିପାରନ୍ତି। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ। ପୁରୁଣା ଗୃହ, ଜମିଜମା, ଗାଡ଼ି ମୋଟର କ୍ରୟବିକ୍ରୟରୁ ଭଲ ଲାଭ ପାଇବେ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ରର ସାଧାରଣ ଘଟଣାରେ ଝଗଡ଼ା ଲାଗି ମାନସିକ ସ୍ଥିତି ବିଗିଡ଼ିଯାଇପାରେ। ବାରମ୍ବାର କ୍ଷତିଗ୍ରସ୍ତ ହୋଇ ବ୍ୟବସାୟରେ ନୂତନ ପଦକ୍ଷେପ ନେବାକୁ ଚିନ୍ତା କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିପାରନ୍ତି। ପରିବାରରେ ହାତ ପାହାନ୍ତାରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର ଆଜି ଦିନଟିରେ ଯାହା କରିବେ ସଫଳତା ନିଶ୍ଚିତ ପାଇବେ। ଦୂରଯାତ୍ରା ଓ ବନ୍ଧୁମିଳନରୁ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଦୀର୍ଘଦିନର ଆଶା ଫଳବତୀ ହେବ, କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ବ୍ୟବସାୟ,ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟାକରି ସଫଳ ହେବେ। ପୂର୍ବାଫାଲ୍‌ଗୁନୀର ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ବନ୍ଧୁଗହଣରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି। ସହକର୍ମୀମାନେ ଆବଶ୍ୟକ ସହଯୋଗକରି ଆନୁଷ୍ଠାନିକ କାମକୁ ବଢ଼ାଇ ନେବେ।
କନ୍ୟା
ହସ୍ତା ନକ୍ଷତ୍ର ନିଜର ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ଓ ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଖୁସି ଅନୁଭବ କରିବେ। ସ୍ବାତୀ ନକ୍ଷତ୍ର ଚେଷ୍ଟା କରୁଥିବା ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ମିଳିବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। କ୍ରୀଡ଼ା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ବିଛା
ବିଛା
ସ୍ବାସ୍ଥ୍ୟହାନି କାରଣରୁ କୌଣସି କାମକୁ ଦୃଢ଼ତାର ସହ କରିବାକୁ ପଶ୍ଚାତ୍‌ପଦ ହୋଇପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ର ପୂର୍ବର କୌଣସି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗସ୍ତ ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଗୃହସୀମା ଓ ଜମିଜମା କାରବାର ସମ୍ପର୍କିତ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ର ସକାଶେ ଆଜିର ପରିସ୍ଥିତି ଅନୁକୂଳ ନ ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ପରିବହନକୁ କେନ୍ଦ୍ରକରି ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ଦିଗରେ ସ୍ଥାନୀୟ ଲୋକେ ସହଯୋଗ କରିବେ। ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
ଆକସ୍ମିକ ଭାବରେ ବିଭିନ୍ନ ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି। ଧନିଷ୍ଠା ନକ୍ଷତ୍ର ଅଧିକାଂଶ ସମୟ ବନ୍ଧୁମାନଙ୍କ ଗହଣରେ ଆଳାପ ଆଲୋଚନାରେ କଟାଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛି ଅଭାବ ଅସୁବିଧା ରହି ଯାଉଥିବାର ଅନୁଭବ କରିବେ। ଶତଭିଷା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗର ସଦ୍‌ ବ୍ୟବହାର କରିପାରନ୍ତି।
ମୀନମୀନ
ବନ୍ଧୁଙ୍କ ପରାମର୍ଶ କର୍ମକ୍ଷେତ୍ରର ସମସ୍ୟା ଦୂରକରିବାରେ ସହାୟକ ହୋଇପାରିବ। ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ। ଖଳଲୋକଙ୍କ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପୂର୍ବଭାଦ୍ରପବ ନକ୍ଷତ୍ର ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri