Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ। ବହୁ ଦିନରୁ ଅଟକି ରହିଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ବାରମ୍ବାର ଚେଷ୍ଟାକରି ମଧ୍ୟ ଅସଫଳତା ହେତୁ ନିଜ ଲୋକଙ୍କ ଉପରେ ଲଘୁକ୍ରୋଧ ପ୍ରକାଶ କରିବେ। କର୍ମକ୍ଷେତ୍ରରେ ସହକର୍ମୀକୁ ସାହାଯ୍ୟକରି ଆମତ୍ସନ୍ତୋଷ ଲାଭ କରିପାରନ୍ତି। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ। ପୁରୁଣା ଗୃହ, ଜମିଜମା, ଗାଡ଼ି ମୋଟର କ୍ରୟବିକ୍ରୟରୁ ଭଲ ଲାଭ ପାଇବେ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ରର ସାଧାରଣ ଘଟଣାରେ ଝଗଡ଼ା ଲାଗି ମାନସିକ ସ୍ଥିତି ବିଗିଡ଼ିଯାଇପାରେ। ବାରମ୍ବାର କ୍ଷତିଗ୍ରସ୍ତ ହୋଇ ବ୍ୟବସାୟରେ ନୂତନ ପଦକ୍ଷେପ ନେବାକୁ ଚିନ୍ତା କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିପାରନ୍ତି। ପରିବାରରେ ହାତ ପାହାନ୍ତାରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ପୁନର୍ବସୁ ନକ୍ଷତ୍ର ଆଜି ଦିନଟିରେ ଯାହା କରିବେ ସଫଳତା ନିଶ୍ଚିତ ପାଇବେ। ଦୂରଯାତ୍ରା ଓ ବନ୍ଧୁମିଳନରୁ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଦୀର୍ଘଦିନର ଆଶା ଫଳବତୀ ହେବ, କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ବ୍ୟବସାୟ,ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟାକରି ସଫଳ ହେବେ। ପୂର୍ବାଫାଲ୍‌ଗୁନୀର ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ବନ୍ଧୁଗହଣରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି। ସହକର୍ମୀମାନେ ଆବଶ୍ୟକ ସହଯୋଗକରି ଆନୁଷ୍ଠାନିକ କାମକୁ ବଢ଼ାଇ ନେବେ।
କନ୍ୟା
ହସ୍ତା ନକ୍ଷତ୍ର ନିଜର ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ଓ ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଖୁସି ଅନୁଭବ କରିବେ। ସ୍ବାତୀ ନକ୍ଷତ୍ର ଚେଷ୍ଟା କରୁଥିବା ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ମିଳିବ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। କ୍ରୀଡ଼ା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ବିଛା
ବିଛା
ସ୍ବାସ୍ଥ୍ୟହାନି କାରଣରୁ କୌଣସି କାମକୁ ଦୃଢ଼ତାର ସହ କରିବାକୁ ପଶ୍ଚାତ୍‌ପଦ ହୋଇପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ର ପୂର୍ବର କୌଣସି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗସ୍ତ ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଗୃହସୀମା ଓ ଜମିଜମା କାରବାର ସମ୍ପର୍କିତ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ର ସକାଶେ ଆଜିର ପରିସ୍ଥିତି ଅନୁକୂଳ ନ ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ପରିବହନକୁ କେନ୍ଦ୍ରକରି ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ଦିଗରେ ସ୍ଥାନୀୟ ଲୋକେ ସହଯୋଗ କରିବେ। ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ମକର
ମକର
ଆକସ୍ମିକ ଭାବରେ ବିଭିନ୍ନ ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି। ଧନିଷ୍ଠା ନକ୍ଷତ୍ର ଅଧିକାଂଶ ସମୟ ବନ୍ଧୁମାନଙ୍କ ଗହଣରେ ଆଳାପ ଆଲୋଚନାରେ କଟାଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛି ଅଭାବ ଅସୁବିଧା ରହି ଯାଉଥିବାର ଅନୁଭବ କରିବେ। ଶତଭିଷା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗର ସଦ୍‌ ବ୍ୟବହାର କରିପାରନ୍ତି।
ମୀନମୀନ
ବନ୍ଧୁଙ୍କ ପରାମର୍ଶ କର୍ମକ୍ଷେତ୍ରର ସମସ୍ୟା ଦୂରକରିବାରେ ସହାୟକ ହୋଇପାରିବ। ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ। ଖଳଲୋକଙ୍କ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପୂର୍ବଭାଦ୍ରପବ ନକ୍ଷତ୍ର ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri