Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ
ଆଜି ସକାଳୁ ମନରେ ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା ଓ ବନ୍ଧୁମିଳନଜନିତ ଦିନଟି ଉପଭୋଗ୍ୟ ରହିବ। ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଅନୁକୂଳ ରହିବ। ଅର୍ଥଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ସୁପରାମର୍ଶ ମନୋବଳ ବୃଦ୍ଧି କରିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ।
ବୃଷ
ବୃଷ
ସ୍ଥଗିତ କାର୍ଯ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ମଧ୍ୟାହ୍ନରେ ବନ୍ଧୁଙ୍କଠାରୁ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ହିତୈଷୀଙ୍କ ସହ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଦୈହିକ ସ୍ବାସ୍ଥ୍ୟରେ ଉନ୍ନତି ଓ ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ବନ୍ଧୁବର୍ଗଙ୍କ ସମାଗମରେ ମନ ଖୁସି ରହିବ। ସହକର୍ମୀଙ୍କ ସହଯୋଗରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ମେଶିନାରୀ ଜିନିଷ ତଥା ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ।
କର୍କଟ
କର୍କଟ
ଆଜି ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯଦ୍ଦ୍ବାରା ଠିକ୍‌ ନିଷ୍ପତ୍ତି ନେବା କଷ୍ଟକର ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା ପରିସରରେ ଉଚ୍ଚବର୍ଗର ବ୍ୟକ୍ତି ସହଯୋଗ କରିବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। କୌଣସି କାମ ଅଟକିବ ନାହିଁ। ଅପୂରଣୀୟ ଆଶା ପୂରଣ କ୍ଷେତ୍ରରେ ବନ୍ଧୁଙ୍କ ସହଯୋଗରୁ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟିର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି।
ତୁଳା
ତୁଳା
ବିଭିନ୍ନ କାମରେ ସଫଳତା ହାସଲ କରିବାରୁ ମାନସିକ ସ୍ଥିତି ଭଲ ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶରେ ପଛେଇ ଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ। ତର୍କବିତର୍କଜନିତ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ।
ବିଛା
ବିଛା
ଅତୀତର ଘଟଣା ସମ୍ପର୍କରେ ଚିନ୍ତାକରି ଭାରାକ୍ରାନ୍ତ ହେବେ। ଅନାବଶ୍ୟକ କଥାର ପୁନରାବୃତ୍ତିରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର ବ୍ୟବହାରରୁ ପରିବାରରେ ଅଶାନ୍ତି ଦେଖାଦେଇପାରେ। ଅଫିସ୍‌ କାମରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସଂଗଠନ, ନିର୍ମାଣ, ସଭାସମିତି ତଥା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ଭୁଲିଯାଇ ଚିନ୍ତିତ ରହିପାରନ୍ତି। ଯେକୌଣସି ପରିସ୍ଥିତିରେ ଧୈର୍ଯ୍ୟହରା ନ ହେଲେ ଉପକୃତ ହେବେ। ଅଫିସ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ। ଯାତ୍ରା, ମାଙ୍ଗଳିକ କାମ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବାର ଆଶା ରହିଛି।
କୁମ୍ଭ
କୁମ୍ଭ
ଆଜି ଆପଣଙ୍କ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବାରେ ବନ୍ଧୁବର୍ଗ ସହଯୋଗ କରିବେ। କିନ୍ତୁ କୌଣସି ଆତ୍ମୀୟଙ୍କ ନକାରାତ୍ମକ ଚିନ୍ତାଧାରା ମନକୁ ବିବ୍ରତ କରିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ
ସକାଳୁ ଦୂରଯାତ୍ରା ସକାଶେ ପ୍ରସ୍ତୁତିପର୍ବ ଶେଷ କରିବାକୁ ବାଧ୍ୟ ହେବେ। ବନ୍ଧୁ ଆଗମନରେ ବିଳମ୍ବ ବିଚଳିତ କରିବ। ଭଲ ପଡୁ ନ ଥିବା ପଡୋଶୀଙ୍କ ଟୀକାଟିପ୍ପଣୀ ମନକୁ ଦ୍ୱିଧାଗ୍ରସ୍ତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜର ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri