Posted inRasifala

ରାଶିଫଳ: ବୁଧବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିପାରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରତିଷ୍ଠା ମିଳିବ।
ବୃଷ
ବୃଷ
ବନ୍ଧୁଙ୍କ ପ୍ରରୋଚନାରେ ପଡି ଅପରିଚିତାଙ୍କ ସହ ମିତ୍ରତା କରିବାକୁ ଯାଇ ଅସୁବିଧାରେ ପଡିବେ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉଦ୍ବେଗ ବଢିପାରେ। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍ ଦୂର ହେବ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶିକ୍ଷା, ପରୀକ୍ଷା, ନୂଆ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ ଓ କହିବା ପରେ ମନସ୍ତାପ କରିବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ସମ୍ପର୍କୀୟଙ୍କ ସହାୟତାରେ ଅଟକି ରହିଥିବା କାମ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ।
ସି˚ହ
ସି˚ହ
ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ସହକର୍ମୀ ସମସ୍ୟା ସୃଷ୍ଟି କରିପାରନ୍ତି। ପଡୋଶୀଙ୍କ ପରୋକ୍ଷ ଶତ୍ରୁତାରୁ କେତେକ ସୁଯୋଗ ହାତଛଡା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହେବେ। କଳା, କ୍ରୀଡା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିଯୋଗିତା ଲାଗି ରହିବ।
କନ୍ୟା
ଆଜିର କାମ ସାଧନ କରିବାରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିବେ। ସମ୍ପର୍କୀୟ ଭାଇଙ୍କ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତା କରିବେ।
ତୁଳା
ତୁଳା
ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ବିଭିନ୍ନ ସମସ୍ୟା ଦେଖା ଦେଇପାରେ। ଆଜି ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ଅଫିସରେ ଦୃଢ ପଦେକ୍ଷପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସାହିତ୍ୟ, ସାମ୍ବାଦିକତା, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ। କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ପରିବାରରେ ପାରସ୍ପରିକ ଶତ୍ରୁତା ମନୋଭାବରୁ ବିଚଳିତବୋଧ କରିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ। ପଡୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କର୍ମ କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ ଓ ସଫଳତା ମଧ୍ୟ ପାଇବେ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଅର୍ଥ ଆଦାୟ କରିବାରେ କଳହର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ
ଯାତ୍ରାକାଳରେ କୌଣସି ଅଜଣା ବ୍ୟକ୍ତିଙ୍କ ସମ୍ପର୍କ ସମସ୍ୟାର କାରଣ ହୋଇପାରେ। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ପରିବାର ସକାଶେ ବସନଭୂଷଣ କ୍ରୟରେ ପକ୍ଷପାତିତା ହେତୁ ସମସ୍ୟା ସୃଷ୍ଟିହେବ। ସଭାସମିତି କିମ୍ବା ଆନୁଷ୍ଠାନିକ କାମ ସକାଶେ ଅନ୍ୟର ସାହାଯ୍ୟ ଲୋଡିବେ।
ମୀନମୀନ
କର୍ମକ୍ଷେତ୍ରର କେତେକ ଫାଇଲ୍ କାମ ସକାଶେ ସମସ୍ୟାରେ ପଡ଼ିପାରନ୍ତି। ଆନୁଷ୍ଠାନିକ କାମରେ ଯେତେ ଖଟିଲେ ମଧ୍ୟ ଆଶାନୁରୂପ ସଫଳତା ପାଇବେ ନାହିଁ। ବ୍ୟବସାୟ, ପରିବହନ, ଯାତ୍ରା, ଆଲୋଚନା, ବନ୍ଧୁ ମିଳନରୁ ସୁଫଳ ପାଇବେ। ବନ୍ଧୁଙ୍କୁ ପ୍ରତୀକ୍ଷା କରି ଆଖିରୁ ପାଣି ମରିଯିବ ସିନା, ଦେଖା ପାଇବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri