Posted inRasifala

ରାଶିଫଳ: ବୁଧବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିପାରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରତିଷ୍ଠା ମିଳିବ।
ବୃଷ
ବୃଷ
ବନ୍ଧୁଙ୍କ ପ୍ରରୋଚନାରେ ପଡି ଅପରିଚିତାଙ୍କ ସହ ମିତ୍ରତା କରିବାକୁ ଯାଇ ଅସୁବିଧାରେ ପଡିବେ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉଦ୍ବେଗ ବଢିପାରେ। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍ ଦୂର ହେବ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶିକ୍ଷା, ପରୀକ୍ଷା, ନୂଆ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶା ଅନୁଯାୟୀ ଫଳ ପାଇବେ। ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ ଓ କହିବା ପରେ ମନସ୍ତାପ କରିବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝିପାରିବେ ନାହିଁ। ସମ୍ପର୍କୀୟଙ୍କ ସହାୟତାରେ ଅଟକି ରହିଥିବା କାମ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ।
ସି˚ହ
ସି˚ହ
ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ସହକର୍ମୀ ସମସ୍ୟା ସୃଷ୍ଟି କରିପାରନ୍ତି। ପଡୋଶୀଙ୍କ ପରୋକ୍ଷ ଶତ୍ରୁତାରୁ କେତେକ ସୁଯୋଗ ହାତଛଡା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହେବେ। କଳା, କ୍ରୀଡା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ପ୍ରତିଯୋଗିତା ଲାଗି ରହିବ।
କନ୍ୟା
ଆଜିର କାମ ସାଧନ କରିବାରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ନ ଦେଇ କିଛି ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିବେ। ସମ୍ପର୍କୀୟ ଭାଇଙ୍କ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତା କରିବେ।
ତୁଳା
ତୁଳା
ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ବିଭିନ୍ନ ସମସ୍ୟା ଦେଖା ଦେଇପାରେ। ଆଜି ବିଭିନ୍ନ ସ୍ଥାନ ପରିଦର୍ଶନର ମଉକା ଜୁଟିବ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା
ବିଛା
ଅଫିସରେ ଦୃଢ ପଦେକ୍ଷପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସାହିତ୍ୟ, ସାମ୍ବାଦିକତା, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ। କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇବେ। ପରିବାରରେ ପାରସ୍ପରିକ ଶତ୍ରୁତା ମନୋଭାବରୁ ବିଚଳିତବୋଧ କରିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ। ପଡୋଶୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କର୍ମ କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ ଓ ସଫଳତା ମଧ୍ୟ ପାଇବେ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଅର୍ଥ ଆଦାୟ କରିବାରେ କଳହର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ
ଯାତ୍ରାକାଳରେ କୌଣସି ଅଜଣା ବ୍ୟକ୍ତିଙ୍କ ସମ୍ପର୍କ ସମସ୍ୟାର କାରଣ ହୋଇପାରେ। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ପରିବାର ସକାଶେ ବସନଭୂଷଣ କ୍ରୟରେ ପକ୍ଷପାତିତା ହେତୁ ସମସ୍ୟା ସୃଷ୍ଟିହେବ। ସଭାସମିତି କିମ୍ବା ଆନୁଷ୍ଠାନିକ କାମ ସକାଶେ ଅନ୍ୟର ସାହାଯ୍ୟ ଲୋଡିବେ।
ମୀନମୀନ
କର୍ମକ୍ଷେତ୍ରର କେତେକ ଫାଇଲ୍ କାମ ସକାଶେ ସମସ୍ୟାରେ ପଡ଼ିପାରନ୍ତି। ଆନୁଷ୍ଠାନିକ କାମରେ ଯେତେ ଖଟିଲେ ମଧ୍ୟ ଆଶାନୁରୂପ ସଫଳତା ପାଇବେ ନାହିଁ। ବ୍ୟବସାୟ, ପରିବହନ, ଯାତ୍ରା, ଆଲୋଚନା, ବନ୍ଧୁ ମିଳନରୁ ସୁଫଳ ପାଇବେ। ବନ୍ଧୁଙ୍କୁ ପ୍ରତୀକ୍ଷା କରି ଆଖିରୁ ପାଣି ମରିଯିବ ସିନା, ଦେଖା ପାଇବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri